ଡେସ୍କ : ବାଲେଶ୍ୱର ବାହାନାଗା ରେଳ ଦୁର୍ଘଟଣାରେ ଆହତ ହୋଇ କଟକ ବଡ଼ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବ୍ୟକ୍ତି ମାନଙ୍କୁ ତିନି କେନ୍ଦ୍ରମନ୍ତ୍ରୀ ସାକ୍ଷାତ କରିଛନ୍ତି । କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏବଂ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମନସୁଖ ମଣ୍ଡଭ୍ୟ ରବିବାର କଟକ ବଡ଼ ଡାକ୍ତରଖାନାରେ ପହଞ୍ଚି ଆହତ ମାନଙ୍କୁ ଭେଟିଛନ୍ତି । ସେମାନଙ୍କ ଚିକିତ୍ସା ନେଇ ପ୍ରଥମେ ଏସସିବି କର୍ତ୍ତୃପକ୍ଷଙ୍କ ସହ ସ୍ୱାସ୍ଥ୍ୟମନ୍ତ୍ରୀ ଆଲୋଚନା କରିଥିଲେ। ପରେ ରେଳ ଦୁର୍ଘଟଣାରେ ଆହତ ହୋଇ ଚିକିତ୍ସିତ ହେଉଥିବା ଯାତ୍ରୀଙ୍କୁ ଭେଟି ସେମାନଙ୍କ ସ୍ୱାସ୍ଥ୍ୟ ଅବସ୍ଥା ପଚାରି ବୁଝିବା ସହ ଆଶୁ ଆରୋଗ୍ୟ କାମନା କରିଥିଲେ।
ଏହା ପୂର୍ବରୁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସୋର ଓ ଭଦ୍ରକ ମୁଖ୍ୟ ଚିକିତ୍ସାଳୟକୁ ଯାଇ ଚିକିତ୍ସିତ ହେଉଥିବା ଆହତଙ୍କୁ ଭେଟିଥିଲେ ।
ରେଳ ଦୁର୍ଘଟଣାରେ ଆହତଙ୍କୁ ଏସସିବିରେ ଭେଟିଲେ ତିନି କେନ୍ଦ୍ରମନ୍ତ୍ରୀ
Popular Categories



