www.samajalive.in
Thursday, December 11, 2025
18.1 C
Bhubaneswar

ଆଜିଠାରୁ ୩୦ ଦିନ – ସଡକ ସୁରକ୍ଷା, ଜୀବନ ରକ୍ଷା

ଆଜିଠାରୁ ସାରା ଦେଶରେ ଜାତୀୟ ସଡ଼କ ସୁରକ୍ଷା ମାସ ଆରମ୍ଭ ହେଉଛି। ସଡ଼କ ସୁରକ୍ଷା ଦିଗରେ ସଚେତନତା ସୃଷ୍ଟି କରିବା ଏବଂ ଦେଶରେ ସଡ଼କ ଦୁର୍ଘଟଣାକୁ ହ୍ରାସ କରିବା ଉଦ୍ଦେଶ୍ୟରେ ଆଜି ବିଜ୍ଞାନ ଭବନରେ ଏହି ମହୋତ୍ସବକୁ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଏବଂ କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ୍‍ ଗଡ଼କରୀ ଉଦ୍‍ଘାଟନ କରିବେ। ମାସେବ୍ୟାପୀ ଚାଲିବାକୁ ଥିବା ଏହି କାର୍ଯ୍ୟକ୍ରମରେ ସଡ଼କ ସୁରକ୍ଷା ଉପରେ ଏକ ଚଳଚ୍ଚିତ୍ର ପ୍ରଦର୍ଶନ କରାଯିବ।

ଏହାବ୍ୟତୀତ ୱାଘା ସୀମାରୁ କନ୍ୟାକୁମାରୀ ପର୍ଯ୍ୟନ୍ତ ଏକ ଜାତୀୟ ଚାମ୍ପିୟନ୍‍ସିପ ସେଫ୍‍ ସ୍ପିଡ୍‍ ଚ୍ୟାଲେଞ୍ଜ୍‍ର ଶୁଭାରମ୍ଭ ସହ ସଡ଼କ ସୁରକ୍ଷା ପୁରସ୍କାର ପ୍ରଦାନ କରାଯିବାର କାର୍ଯ୍ୟକ୍ରମ ରହିଛି। ଏଥିରେ ବିଭିନ୍ନ ରାଜ୍ୟ ସରକାର, ବେସରକାରୀ ସଂସ୍ଥା ଏବଂ ବୀମା କମ୍ପାନୀଗୁଡ଼ିକ ସେମିନାର୍‍, ୱାକାଥନ୍‍ ଏବଂ ବିଭିନ୍ନ ପ୍ରତିଯୋଗିତାର ଆୟୋଜନ କରିବେ।

Hot this week

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

ଦରମା ଓ ଭତ୍ତା ବୃଦ୍ଧିକୁ ବିରୋଧ କଲେ : ବିଧାୟକ ଲକ୍ଷ୍ମଣ ମୁଣ୍ତା

ଭୁବନେଶ୍ୱର - ଗତ ମଙ୍ଗଳବାର ବିଧାନସଭା ଗୃହରେ ପାରିତ ହୋଇଥିବା ବିଧାୟକ...

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

Related Articles

Popular Categories