www.samajalive.in
Monday, December 15, 2025
24.1 C
Bhubaneswar

କାଲିଠୁ କ୍ଷୟକ୍ଷତି ଆକଳନ କରାଯିବ: ମନ୍ତ୍ରୀ

ସମାଜଲାଇଭ ଡେସ୍କ: ବାତ୍ୟା ମନ୍ଥା ଦ୍ଵାରା ରାଜ୍ୟର ୩୩ ବ୍ଲକ ଏବଂ ୧୧ ସହରାଞ୍ଚଳ ପ୍ରଭାବତି ହୋଇଛି। ରାଜସ୍ଵ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ବୁଧବାର ଏହି ତଥ୍ୟ ପ୍ରଦାନ କରିଛନ୍ତି। ଆସନ୍ତାକାଲିଠାରୁ ଅର୍ଥାତ ଗୁରୁବାରଠାରୁ କ୍ଷୟକ୍ଷତି ଆକଳନ କରାଯିବ ବୋଲି ସେ କହିଛନ୍ତି।

ମନ୍ତ୍ରୀ କହିଛନ୍ତି, ମନ୍ଥା ପ୍ରଭାବରେ ହୋଇଥିବା ବର୍ଷା ଯୋଗୁ ଅନେକ ଚାଷଜମି କ୍ଷତିଗ୍ରସ୍ତ ହୋଇଥିବା ଜଣାପଡ଼ିଛି। ଗଜପତି ଜିଲା ଗୋଷାଣୀ ନୂଆଗାଁ ବ୍ଲକରେ ସର୍ବାଧିକ ୧୫୦ ମିମି ବର୍ଷା ରେକର୍ଡ ହୋଇଛି। ରାଜ୍ୟର ୫୬ଟି ବ୍ଲକରେ ୫୦ରୁ ୧୦୦ ମିମି ବର୍ଷା ହୋଇଛି। ୩୬୨ ମୁକ୍ତ ରୋଷଶାଳାରେ ୧୮ ହଜାର ୭୬୨ ଜଣଙ୍କୁ ରନ୍ଧା ଖାଦ୍ୟ ଦିଆଯାଉଛି। ଗୁରୁବାରଠାରୁ ବିଭିନ୍ନ ବିଭାଗ କ୍ଷୟକ୍ଷତି ଆକଳନ କରିବେ। କିଛି ସ୍ଥାନରେ ଘର କ୍ଷୟକ୍ଷତି ହେବାର ସୂଚନା ମିଳିଛି। ରିପୋର୍ଟ ଆସିବା ପରେ ତୁରନ୍ତ ସରକାର କ୍ଷତିପୂରଣ ପ୍ରଦାନ କରିବେ। ବାତ୍ୟାକୁ ଦୃଷ୍ଟିରେ ରଖି ୧୯ ହଜାର ଲୋକଙ୍କୁ ନିରାପଦ ସ୍ଥାନକୁ ସ୍ଥାନାନ୍ତର କରାଯାଇଥିଲା। ୨୧୯୮ ଆସନ୍ନ ପ୍ରସବାଙ୍କୁ ମଧ୍ୟ ସ୍ଥାନାନ୍ତର କରାଯାଇଥିଲା।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories