www.samajalive.in
Sunday, December 7, 2025
26.1 C
Bhubaneswar

୩୪ ନିଖୋଜ ଶିଶୁ ଉଦ୍ଧାର

ଛତ୍ରପୁର : ଗଞ୍ଜାମ ପୁଲିସ ଜିଲା ଅଧିନରେ ଚଳିତ ମାସ ୧୫ରୁ ନିଖୋଜ ପିଲାମାନଙ୍କୁ ଖୋଜିବା ଏବଂ ଉଦ୍ଧାର କରିବା ପାଇଁ ଏକ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ କରାଯାଇଥିଲା। ଗଞ୍ଜାମ ଏସପି ଶୁଭେନ୍ଦୁ କୁମାର ପାତ୍ରଙ୍କ ନିର୍ଦେଶକ୍ରମେ ସମସ୍ତ ଥାନା ଅଧିକାରୀଙ୍କୁ ନିଜ ଅଞ୍ଚଳରେ ନିଖୋଜ ଥିବା ପିଲାମାନଙ୍କୁ ବାହାର କରିବା ପାଇଁ କୁହାଯାଇଥିଲା। ପୁଲିସ ପ୍ରୟାସରେ ରାଜ୍ୟ ଓ ରାଜ୍ୟ ବାହାରୁ ୩୪ ଜଣ ଶିଶୁଙ୍କୁ ଉଦ୍ଧାର କରାଯାଇଛି। ସେଥିମଧ୍ୟରୁ ୩୦ ଜଣ ନାବାଳିକା ଓ ୪ଜଣ ନାବାଳକ ରହିଥିବା ଗଞ୍ଜାମ ପୁଲିସ ଜିଲା ମୁଖ୍ୟ ଆରକ୍ଷୀ କାର୍ଯ୍ୟାଳୟରୁ ସୂଚନା ମିଳିଛି। ପରେ ସେମାନଙ୍କ ପରିବାରକୁ ହସ୍ତାନ୍ତର କରାଯାଇଥିବା ଗଞ୍ଜାମ ଏସପି ଶୁଭେନ୍ଦୁ କୁମାର ପାତ୍ର ସୂଚନା ଦେଇଛନ୍ତି। ଆଗାମୀ ଦିନରେ ମଧ୍ୟ ଏହି ପ୍ରକ୍ରିୟା ଜାରି ରହିବ।

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories