www.samajalive.in
Saturday, December 6, 2025
14.1 C
Bhubaneswar

ଦେଶରେ ୩୭,୧୫୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ଗୋଟିଏ ଦିନରେ ୩୭,୧୫୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ ଦେଶରେ ଦୈନିକ ସଂକ୍ରମଣ ହାର ହ୍ରାସ ପାଇବାରେ ଲାଗିଛି। ଗୋଟିଏ ଦିନରେ ୩୯,୬୪୯ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି। ସଂପ୍ରତି ଭାରତରେ ଦୈନିକ ସଂକ୍ରମଣ ହାର ୨.୫୯%% ଏବଂ ସାପ୍ତାହିକ ସଂକ୍ରମଣ ହାର ୨.୩୨% ରହିଥିବା ଜଣାଯାଇଛି।

ଦେଶରେ କୋଭିଡ ନମୁନା ପରୀକ୍ଷଣ ପ୍ରକ୍ରିୟା ତ୍ୱରାନ୍ୱିତ କରାଯିବା ସହିତ ଏପର୍ଯ୍ୟନ୍ତ ମୋଟ ୪୩.୨୩ କୋଟି ନମୁନା ପରୀକ୍ଷା କରାଯାଇସାରିଛି। ଇତିମଧ୍ୟେ ଦେଶରେ ୩ କୋଟିରୁ ଅଧିକ ଲୋକ ସୁସ୍ଥ ହୋଇସାରିଛନ୍ତି ଏବଂ ସୁସ୍ଥତା ହାର ୯୭.୨୨% ରହିଛି। ସେହିଭଳି ଗତକାଲି ସଂଧ୍ୟା ସୁଦ୍ଧା ଦେଶରେ ୩୭.୭୩ କୋଟି ପାନ ଟିକା ଦିଆଯାଇସାରିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories