ବଜ୍ରାଘାତରେ ୩ ମୃତ, ୧ ଗୁରୁତର

କେନ୍ଦୁଝର : କେନ୍ଦୁଝର ଜିଲାରେ ବୁଧବାର ୨ଟି ସ୍ଥାନରେ ବଜ୍ରପାତ ଘଟି ୩ ଜଣଙ୍କର ମୃତ୍ୟ ହୋଇଥିଲାବଳେ ଜଣେ ଗୁରୁତର ହୋଇଥିବା ଜଣାପଡିଛି। କେନ୍ଦୁଝର ଜିଲାର ହରିଚନ୍ଦନପୁର ବ୍ଲକ ବଡସିଆଳିମାଳ ଗ୍ରାମରେ ୨ ଜଣଙ୍କର ମୃତ୍ୟୁ ହୋଇଥିଲାବେଳେ ଠାକୁରପଡ଼ା ଗ୍ରାମରେ ବଜ୍ରାଘାତରେ ଜଣଙ୍କର ମୃତ୍ୟୁ ହୋଇଛି। ଗୁରୁତରଙ୍କୁ କେନ୍ଦୁଝର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି।

Comments are closed.