www.samajalive.in
Monday, December 15, 2025
14.1 C
Bhubaneswar

ଓଡ଼ିଶା ଏବଂ ଦକ୍ଷିଣ-ପୂର୍ବ ଏସିଆର ସଭ୍ୟତାଗତ ସଂଯୋଗକୁ ନେଇ ଆୟୋଜନ ହେବ ଅନ୍ତର୍ଜାତୀୟ ସମ୍ମିଳନୀ

ଭୁବନେଶ୍ୱର : ଓଡ଼ିଶା ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ, ଇନଷ୍ଟିଚ୍ଯୁଟ୍ ଅଫ୍ ମିଡ଼ିଆ ଷ୍ଟଡ଼ିଜ, ଉତ୍କଳ ବିଶ୍ୱବିଦ୍ୟାଳୟ ଏବଂ ଭାରତ ସରକାରଙ୍କ ମିଳିତ ଆନୁକୂଲ୍ୟରେ ଭୁବନେଶ୍ୱର ଠାରେ ଓଡ଼ିଶା ଏବଂ ଦକ୍ଷିଣ-ପୂର୍ବ ଏସିଆର ରାଷ୍ଟ୍ରମାନଙ୍କ ମଧ୍ୟରେ ରହିଥିବା ସାମାଜିକ, ସାହିତ୍ୟିକ, ସାଂସ୍କୃତିକ ଓ ସଭ୍ୟତାଗତ ସାମଞ୍ଜସ୍ୟକୁ ନେଇ ଏକ ଅନ୍ତର୍ଜାତୀୟ ସମ୍ମିଳନୀର ଆୟୋଜନ କରାଯିବ। ଚଳିତ ମେ’ ମାସ ୨୪ ତାରିଖ ଏବଂ ୨୫ ତାରିଖ ଅର୍ଥାତ୍‌ ଦୁଇ ଦିନ ଧରି ଏହି ଅନ୍ତର୍ଜାତୀୟ ସମ୍ମିଳନୀର ଆୟୋଜନ କରାଯିବ। “କଳିଙ୍ଗ ଓ ଦକ୍ଷିଣ-ପୂର୍ବ ଏସୀୟ ରାଷ୍ଟ୍ରର ସଭ୍ୟତାଗତ ସଂଯୋଗ” ଶୀର୍ଷକ ଉପରେ ଏହି ସମ୍ମିଳନୀ ଆୟୋଜିତ ହେବ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଏହି ଅନ୍ତର୍ଜାତୀୟ ସମ୍ମିଳନୀରେ ଓଡ଼ିଶା, ଭାରତ ଏବଂ ଦକ୍ଷିଣ-ପୂର୍ବ ଏସିଆର ବିଭିନ୍ନ ରାଷ୍ଟ୍ରମାନଙ୍କର ଶିକ୍ଷାବିତ୍‌, ଗବେଷକ, ସାହିତ୍ୟିକ,ସଂସ୍କୃତି ଗବେଷକ ପ୍ରମୁଖ ଯୋଗଦେବା ସହ ଓଡ଼ିଶା ଏବଂ ଦକ୍ଷିଣ-ପୂର୍ବ ଏସିଆ ରାଷ୍ଟ୍ରମାନଙ୍କ ମଧ୍ୟରେ ରହିଥିବା ସାମାଜିକ, ସାଂସ୍କୃତିକ ଓ ସଭ୍ୟତାଗତ ସାମଞ୍ଜସ୍ୟ ଉପରେ ଆଲୋଚନା କରିବେ।

- Advertisement -

ଓଡ଼ିଶାର ସମୃଦ୍ଧ ନୌବାଣିଜ୍ୟ ପରମ୍ପରା ସମ୍ବନ୍ଧରେ ବିଭିନ୍ନ ବର୍ଗର ଜନସାଧାରଣ ଓ ବିଶେଷ ଭାବରେ ଯୁବପିଢ଼ିଙ୍କୁ ଅବଗତ କରାଇବା ନିମନ୍ତେ ସମ୍ମିଳନୀରେ ସ୍ୱତନ୍ତ୍ର ଅଧିବେଶନର ଆୟୋଜନ ମଧ୍ୟ କରାଯିବ।

ସୂଚନାଯୋଗ୍ୟ ଯେ, ପ୍ରାଚୀନ କାଳରେ ଓଡ଼ିଆ ସାଧବପୁଅମାନେ ବାଣିଜ୍ୟ କରିବାକୁ ଜାଭା, ସୁମାତ୍ରା, ଇଣ୍ଡୋନେସିଆ ଆଦି ସ୍ଥାନକୁ ଯାଉଥିଲେ ଏବଂ ଏହି ସମୃଦ୍ଧ ନୌବାଣିଜ୍ୟ ପରମ୍ପରା ଓ ସାଂସ୍କୃତିକ ଭାବ ବିନିମୟର ଉଦାହରଣ ଆଜି ମଧ୍ୟ ଉଭୟ ଓଡ଼ିଶା ଏବଂ ଦକ୍ଷିଣ-ପୂର୍ବ ଏସୀୟ ରାଷ୍ଟ୍ରମାନଙ୍କ ମଧ୍ୟରେ ପରିଲକ୍ଷିତ ହେଉଛି।

ଓଡ଼ିଶାର ପଶୁମୁଖା ନୃତ୍ୟ ଓ ବାଲିର ବାରୋଙ୍ଗ ନୃତ୍ୟ, ମୟୁରଭଞ୍ଜ ଜିଲ୍ଲାର ଛଉ ଓ ଇଣ୍ଡୋନେସିଆର ଗାବା-ଗାବା ନୃତ୍ୟ, ଓଡ଼ିଶାର ଧାରୁଆ ଜନଜାତିର ବିର୍ଲି ନୃତ୍ୟ ଏବଂ ଇଣ୍ଡୋନେସିଆର ଆଦିବାସୀ ନୃତ୍ୟ ଆଦି ଓଡ଼ିଶା ଏବଂ ଦକ୍ଷିଣ-ପୂର୍ବ ଏସୀୟ ରାଷ୍ଟ୍ର ମଧ୍ୟରେ ରହିଥିବା ସାଂସ୍କୃତିକ ବିନିମୟର ପରିଚୟ ପ୍ରଦାନ କରୁଛି। ଏହି ଦୁଇ ଦିବସୀୟ ଅନ୍ତର୍ଜାତୀୟ ସମ୍ମିଳନୀ ଓଡ଼ିଶା ଓ ଦକ୍ଷିଣ ପୂର୍ବ ଏସୀୟ ରାଷ୍ଟ୍ର ମଧ୍ୟରେ ରହିଥିବା ସଭ୍ୟତାଗତ ସଂଯୋଗର ଇତିହାସକୁ ପୁନର୍ଜୀବିତ କରିବା ସହିତ ଯୁବପିଢ଼ିଙ୍କ ପାଇଁ ଏକ ଶୈକ୍ଷିକ ବିଷୟ ବସ୍ତୁ ଭଳି କାର୍ଯ୍ୟ କରିବ ବୋଲି ଜନସାଧାରଣରେ ମତ ପ୍ରକାଶିତ ହୋଇଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories