www.samajalive.in
Thursday, December 11, 2025
13.1 C
Bhubaneswar

୨୫ରେ ରାଜ୍ୟରେ ଭୋଟ ଦେବେ ୯୪ ଲକ୍ଷ ୪୮ ହଜାର ୫୫୩ ଜଣ ମତଦାତା, ପ୍ରସ୍ତୁତି ଚୂଡାନ୍ତ

ଡେସ୍କ: ଦେଶରେ ଜାରି ରହିଥିବା ସାଧାରଣ ନିର୍ବାଚନର ଷଷ୍ଠ ପର୍ଯ୍ୟାୟ ଓ ରାଜ୍ୟର ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆସନ୍ତା ୨୫ ତାରିଖରେ ମତଦାନ ହେବ। ଏଥିରେ ରାଜ୍ୟର ୬ଟି ଲୋକସଭା ଆସନ ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ, କଟକ, ପୁରୀ ଏବଂ ଭୁବନେଶ୍ଵର ଓ ଏହା ଅନ୍ତର୍ଗତ ୪୨ଟି ବିଧାନସଭା କ୍ଷେତ୍ର ପାଇଁ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ ୯୪ ଲକ୍ଷ ୪୮ ହଜାର ୫୫୩ ଜଣ ମତଦାତା ନିଜର ମତାଧିକାର ସାବ୍ୟସ୍ତ କରିବେ। ସେମାନଙ୍କ ମଧ୍ୟରେ ୪୮ ଲକ୍ଷ ୨୯ ହଜାର ୬୬୦ ଜଣ ପୁରୁଷ, ୪୬ ଲକ୍ଷ ୧୭ ହଜାର ୬୦୨ ଜଣ ମହିଳା ଓ ୧ ହଜାର ୨୯୧ ଜଣ ତୃତୀୟ ଲିଙ୍ଗ ଭୋଟର ରହିଥିବା ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି।

ସୂଚନା ଅନୁଯାୟୀ, ଚଳିତ ନିର୍ବାଚନରେ ପ୍ରଥମ ଥର ପାଇଁ ଭୋଟ ଦେଉଥିବା ୧୮ରୁ ୧୯ ବର୍ଷ ବୟସର ୨ ଲକ୍ଷ ୩୭ ହଜାର ୧୩୧ ଜଣ ମତଦାତା ଥିବା ବେଳେ ୨୦ରୁ ୨୯ ବର୍ଷ ବୟସର ୧୮ ଲକ୍ଷ ୪୫ ହଜାର ୫୦୩ ଜଣ ଯୁବ ମତଦାତା ରହିଛନ୍ତି। ଏହି ପର୍ଯ୍ୟାୟରେ ମୋଟ ୧୦ ହଜାର ୫୧୫ଟି ମତଦାନ କେନ୍ଦ୍ର ଓ ୩୬ଟି ଅତିରିକ୍ତ ମତଦାନ କେନ୍ଦ୍ର ରହିଛି। ମତଦାନ କେନ୍ଦ୍ର ପିଛା ପ୍ରାୟ ୮୯୬ ଜଣ ମତାଦାତା ରହିଛନ୍ତି।

- Advertisement -

ଏହି ମତଦାନ କେନ୍ଦ୍ରଗୁଡିକ ମଧ୍ୟରୁ ୧ ହଜାର ୫୦୦ ମତଦାନ କେନ୍ଦ୍ର ସଂପୂର୍ଣ୍ଣ ରୂପେ ମହିଳା କର୍ମଚାରୀଙ୍କ ଦ୍ୱାରା ପରିଚାଳିତ ହେବ ଏବଂ ୩୦ଟି ମତଦାନ କେନ୍ଦ୍ର ସଂପୂର୍ଣ୍ଣ ରୂପେ ଭିନ୍ନକ୍ଷମ କର୍ମଚାରୀଙ୍କ ଦ୍ୱାରା ପରିଚାଳିତ ହେବ। ଏହି ପର୍ଯ୍ୟାୟରେ ପ୍ରାୟ ୨ ହଜାରଟି ଆଦର୍ଶ ମତଦାନ କେନ୍ଦ୍ର ରହିଛି। ଅବାଧ, ମୁକ୍ତ ଓ ସଠିକ ଭାବେ ଭୋଟ ଗ୍ରହଣ କାର୍ଯ୍ୟ ସମ୍ପାଦନ ପାଇଁ ଏହି ପର୍ଯ୍ୟାୟରେ ପ୍ରାୟ ୭୦ ହଜାର ପୋଲିଂ କର୍ମଚାରୀ ନିୟୋଜିତ ହୋଇଛନ୍ତି। ସମସ୍ତ ପୋଲିଂ ଷ୍ଟେସନ୍ ଲୋକେସନ୍‌ରେ ଜଣେ ଲେଖାଏଁ ସ୍ୱେଚ୍ଛାସେବୀ ଓ ଜଣେ ଲେଖାଏଁ ଆଶାକର୍ମୀ ନିୟୋଜିତ ହୋଇଛନ୍ତି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories