www.samajalive.in
Wednesday, December 10, 2025
14.1 C
Bhubaneswar

ତୃତୀୟ ପର୍ଯ୍ୟାୟ ନିର୍ବାଚନ : ଆଜି ସନ୍ଧ୍ୟାରେ ଶେଷ ହେବ ପ୍ରଚାର

ଭୁବନେଶ୍ବର : ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି(ରବିବାର) ସନ୍ଧ୍ୟାରେ ପ୍ରଚାର ଶେଷ ହେଉଛି। ଏହି ପର୍ଯ୍ୟାୟରେ ଆସନ୍ତା ୨୩ ତାରିଖରେ ସମ୍ବଲପୁର, କେନ୍ଦୁଝର, ଢ଼େଙ୍କାନାଳ, କଟକ, ପୁରୀ ଓ ଭୁବନେଶ୍ବର ଆଦି ରାଜ୍ୟର ୬ଟି ଲୋକସଭା ଓ ଏହି ଲୋକସଭା ଆସନ ଅନ୍ତର୍ଗତ ୪୨ଟି ବିଧାନସଭା ଆସନରେ ଭୋଟ ଗ୍ରହଣ କରାଯିବ। ଏସବୁ ଆସନ ଭିତରେ ରହିଛି ତଫସିଲଭୁକ୍ତ ଜନଜାତିଙ୍କ ପାଇଁ ସଂରକ୍ଷିତ କେନ୍ଦୁଝର ଲୋକସଭା ଏବଂ କୁଚିଣ୍ଡା, ତେଲକୋଇ, ପାଟନା, କେନ୍ଦୁଝର, କରଞ୍ଜିଆ ବିଧାନସଭା ଆସନ। ଏଥିସହିତ ରେଙ୍ଗାଲି, ଛେଣ୍ଡିପଦା, ଆନନ୍ଦପୁର, ହିନ୍ଦୋଳ, କଟକ ସଦର ଏବଂ ଜୟଦେବ ବିଧାନସଭା ଆସନ।

ଏହି ପର୍ଯ୍ୟାୟରେ ସମ୍ବଲପୁର ଲୋକସଭା ଆସନ ଏବଂ ଏହା ଅନ୍ତର୍ଗତ  କୁଚିଣ୍ଡା, ରେଙ୍ଗାଲି, ସମ୍ବଲପୁର, ରେଢାଖୋଲ, ଦେବଗଡ଼, ଛେଣ୍ଡିପଦା ଏବଂ ଆଠମଲ୍ଲିକ ବିଧାନସଭା ଆସନରେ ଭୋଟ ଗ୍ରହଣ କରାଯିବ। ସେହିପରି କେନ୍ଦୁଝର ଲୋକସଭା ଆସନ ଏବଂ ଏହା ଅନ୍ତର୍ଗତ ତେଲକୋଇ, ଘସିପୁରା, ଆନନ୍ଦପୁର, ପାଟଣା, କେନ୍ଦୁଝର, ଚମ୍ପୁଆ ଏବଂ  କରଞ୍ଜିଆ ବିଧାନସଭା ଆସନରେ ମତଦାନ ଅନୁଷ୍ଠିତ ହେବ। ସେହିଦିନ ମଧ୍ୟ ଢେଙ୍କାନାଳ ସଂସଦୀୟ କ୍ଷେତ୍ର ଓ ଏହା ଅଧୀନରେ ଥିବା  ଢେଙ୍କାନାଳ, ହିନ୍ଦୋଳ, କାମାକ୍ଷାନଗର, ପରଜଙ୍ଗ, ପାଲଲହଡ଼ା, ତାଳଚେର, ଅନୁଗୁଳ ବିଧାନସଭା ନିର୍ବାଚନ ମଣ୍ଡଳୀରେ ମଧ୍ୟ ଏହି ଦିନ ଭୋଟ ଗ୍ରହଣ କରାଯିବ। ଅନ୍ୟ ପକ୍ଷରେ କଟକ ଲୋକସଭା ଆସନ ଏବଂ ଏହା ଅନ୍ତର୍ଗତ  ବଡ଼ମ୍ବା, ବାଙ୍କୀ, ଆଠଗଡ଼, ବାରବାଟୀ-କଟକ, ଚୌଦ୍ୱାର-କଟକ, କଟକ ସଦର ଓ ଖଣ୍ଡପଡ଼ା ଆସନରେ ମଧ୍ୟ ଏପ୍ରିଲ ୨୩ରେ ଭୋଟ ଗ୍ରହଣ କରାଯିବ। ସେହିପରି ପୁରୀ ସଂସଦୀୟ କ୍ଷେତ୍ର ଏବଂ  ପୁରୀ, ବ୍ରହ୍ମଗିରି, ସତ୍ୟବାଦୀ, ପିପିଲି, ଚିଲିକା, ରଣପୁର, ନୟାଗଡ଼ ବିଧାନସଭା ଆସନରେ ମଧ୍ୟ ସେହିଦିନ ମତଦାନ ଅନୁଷ୍ଠିତ ହେବ। ଭୁବନେଶ୍ୱର ଲୋକସଭା ଆସନ ଏବଂ  ଜୟଦେବ, ଭୁବନେଶ୍ୱର ମଧ୍ୟ, ଭୁବନେଶ୍ୱର ଉତର, ଏକାମ୍ର ଭୁବନେଶ୍ୱର, ଜଟଣୀ, ବେଗୁନିଆ ଓ ଖୋର୍ଦ୍ଧା ବିଧାନସଭା ନିର୍ବାଚନ ମଣ୍ଡଳୀରେ ମଧ୍ୟ ଏପ୍ରିଲ ୨୩ରେ ମତଦାନ ହେବ।

- Advertisement -

ଏଥିପାଇଁ ଆନୁଷଙ୍ଗିକ କାର୍ଯ୍ୟ ଆରମ୍ଭ ହୋଇଛି। କର୍ମଚାରୀଙ୍କୁ ପ୍ରଶିକ୍ଷଣ ପ୍ରଦାନ ସହ ସେମାନଙ୍କୁ ବିଭିନ୍ନ ବୁଥକୁ ପଠାଇବା ପାଇଁ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ପଦକ୍ଷେପ ନିଆଯାଇଛି।

ଏହି ପର୍ଯ୍ୟାୟରେ ଭୋଟ ଗ୍ରହଣ ପାଇଁ ୧୦,୪୬୪ଟି ବୁଥର ବ୍ୟବସ୍ଥା କରାଯାଇଛି। ସଂପୃକ୍ତ ଅଞ୍ଚଳରେ  ୪୭,୯୯,୦୩୦ ପୁରୁଷ, ୪୪,୫୬,୭୨୯ ମହିଳା ଏବଂ ୧୧୬୩ ଜଣ ତୃତୀୟ ଲିଙ୍ଗର ଭୋଟରଙ୍କୁ ମିଶାଇ ମୋଟ ୯୨ ଲକ୍ଷ ୫୬ ହଜାର ୯୨୨ ଭୋଟର ଅଛନ୍ତି। ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ମୋଟ ୪୧୭ ପ୍ରାର୍ଥୀ ପ୍ରତିଦ୍ବନ୍ଦ୍ବିତା କରୁଛନ୍ତି। ୬ଟି ଲୋକସଭା ପାଇଁ ୬୧ଜଣ ପ୍ରାର୍ଥୀ ଥିବା ବେଳେ ୪୨ଟି ବିଧାନସଭା ଆସନ ପାଇଁ ୩୫୬ ପ୍ରାର୍ଥୀ ଅଛନ୍ତି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories