www.samajalive.in
Monday, December 15, 2025
17.1 C
Bhubaneswar

ଦେଶୀ ବିଦେଶୀ ମଦ ଜବତ, ୪ ଗିରଫ

ଆଠଗଡ :  ଆଠଗଡ ଓ ଖୁଣ୍ଟୁଣୀ ଥାନା ଅଞ୍ଚଳର ବିଭିନ୍ନ ଅଞ୍ଚଳରେ ଅବକାରୀ ବିଭାଗ ପକ୍ଷରୁ ଗୁରୁବାର ଚଢାଉ କରାଯାଇ ବହୁ ପରିମାଣର ଦେଶୀ ଓ ବିଦେଶୀ ମଦ ଜବତ କରାଯିବା ସହ ଏଥିରେ ସଂପୃକ୍ତ ୪ଜଣଙ୍କୁ ଗିରଫ କରାଯାଇଛି । କଟକିଆ ସାହି ପଞ୍ଚାୟତର ବାଉଁଶଦଣ୍ଡା ଗ୍ରାମର ଆକାଶ ବେହେରାଠାରୁ ୨୪ଲିଟର ଓ ପରମାନନ୍ଦ ପ୍ରଧାନଙ୍କଠାରୁ ୨୨ଲିଟର, ମେଘାର ସ୍ୱାଧୀନ ମାର୍ଥାଙ୍କଠାରୁ ୭.୮୦ଲିଟର ବିଦେଶୀ ମଦ ଏବଂ ଖୁଣ୍ଟୁଣୀ ଥାନା ଅନ୍ତର୍ଗତ ରାଧାଶ୍ୟାମପୁରର ଟୁନା ଦାସଙ୍କ ଠାରୁ ୨୨ଲିଟର ଦେଶୀମଦ ଜବତ କରାଯିବ ସହ ଉପରୋକ୍ତ ସମସ୍ତ ୪ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି । ଅବକାରୀ ଉପନିରୀକ୍ଷକ ସୌମ୍ୟରଞ୍ଜନ ମାଝି, ସହକାରୀ ଉପନିରୀକ୍ଷକ ସନାତନ ବେହେରା ଓ ସନ୍ତୋଷ କୁମାର ମହାରଣାଙ୍କ ସମେତ ଅନ୍ୟ କର୍ମଚାରୀ ଏହି ଚଢାଉରେ ସାମିଲ ଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories