www.samajalive.in
Monday, December 8, 2025
14.1 C
Bhubaneswar

ବିଜେଡ଼ିର ୪ ବରିଷ୍ଠ ନେତାଙ୍କ ହାତରେ ପିପିଲି ଦାୟିତ୍ବ

ଭୁବନେଶ୍ୱର: ପିପିଲି ବଧାନସଭା ଉପନିର୍ବାଚନକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ୩ ପ୍ରମୁଖ ଦଳର ପ୍ରାର୍ଥୀ ନାମାଙ୍କନ ଦାଖଲ କରି ପ୍ରଚାର ଆରମ୍ଭ କରିଦେଇଛନ୍ତି। ଇତି ମଧ୍ୟରେ ୪ ବରିଷ୍ଠ ନେତାଙ୍କୁ ଉପନିର୍ବାଚନ ପରିଚାଳନା ଦାୟିତ୍ୱ ଦେଇଛି ବିଜେଡି। ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ଦେବୀ ପ୍ରସାଦ ମିଶ୍ର, ପ୍ରତାପ ଦେବ, ମହେଶ୍ୱର ମହାନ୍ତି ଓ ସଞ୍ଜୟ ଦାସବର୍ମାଙ୍କୁ ପିପିଲି ନିର୍ବାଚନ ଦାୟିତ୍ୱ ଦେଇଛନ୍ତି। ଏମାନେ ପିପିଲିରେ ରହି ନିର୍ବାଚନ ପରିଚାଳନା କରିବେ। ଏନେଇ ସୂଚନା ଦେଇଛନ୍ତି ବିଜେଡି ସାଧାରଣ ସମ୍ପାଦକ ମାନସ ମଙ୍ଗରାଜ।

ସୂଚନାଯୋଗ୍ୟ, ପିପିଲିରେ ରାଜନୈତିକ ଉଷ୍ଣତା ବଢିବାରେ ଲାଗିଛି। ନାମାଙ୍କନ ପରେ ପ୍ରଚାର ସରଗରମ ହେଲାଣି। ବିଜେଡିରୁ ସ୍ବର୍ଗତ ପ୍ରଦୀପ ମହାରଥୀଙ୍କ ପୁଅ ରୁଦ୍ର ପ୍ରତାପ ମହାରଥୀ ପ୍ରାର୍ଥୀ ହୋଇଥିବା ବେଳେ ବିଜେପିରୁ ଆଶ୍ରିତ ପଟ୍ଟନାୟକ ଓ କଂଗ୍ରେସରୁ ଅଜିତ ମଙ୍ଗରାଜ ନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି। ଏପ୍ରିଲ ୧୭ରେ ପିପିଲି ଉପନିର୍ବାଚନ ପାଇଁ ଭୋଟ୍‌ ଗ୍ରହଣ ହେବ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories