ମାଲକାନଗିରି ଜିଲ୍ଲା କାଲିମେଳା ବ୍ଲକରେ ୪ ଜଣ ଛାତ୍ର କରୋନା ସଂକ୍ରମିତ ହୋଇଥିବା ଜଣାପଡିଛି। ସୂଚନା ଅନୁଯାୟୀ, କାଲିମେଳା ବ୍ଲକ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟରେ ଦଶମ ଶ୍ରେଣୀରେ ପଢୁଥିବା ୪ ଜଣ ଛାତ୍ର କରୋନାରେ ସଂକ୍ରମିତ ହୋଇଛନ୍ତି। ସେମାନଙ୍କ କୋଭିଡ ଟେଷ୍ଟ ପରେ ମାଲକାନଗିରି କୋଭିଡ ଚିକିତ୍ସାଳୟକୁ ଅଣାଯାଇଛି। ସେଠାରେ ସେମାନଙ୍କ ଚିକିତ୍ସା ଆରମ୍ଭ ହୋଇଥିବା ବେଳେ ସେମାନଙ୍କ ଅବସ୍ଥା ସ୍ଥିର ରହିଥିବା ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ ପ୍ରଫୁଲ କୁମାର ନନ୍ଦ ପ୍ରକାଶ କରିଛନ୍ତି।
Popular Categories



