www.samajalive.in
Sunday, December 7, 2025
26.1 C
Bhubaneswar

ଶ୍ରୀକ୍ଷେତ୍ରରୁ ଶେଷଯାତ୍ରା; ଦୁର୍ଘଟଣାରେ ୪ ମୃତ

ବାଲେଶ୍ଵର: ମହାପ୍ରଭୁଙ୍କ ଦର୍ଶନ ସାରି ଶ୍ରୀକ୍ଷେତ୍ରରୁ ଫେରିବା ବେଳେ ଦୁର୍ଘଟଣାର ଶିକାର ହୋଇ ୪ ଜଣଙ୍କ ମୃତ୍ୟୁ ଘଟିଛି। ବାଲେଶ୍ଵର ଜିଲା ୬୦ ନମ୍ବର ଜାତୀୟ ରାଜପଥର କୁଣ୍ଡପୁର ନିକଟରେ ଶନିବାର ରାତି ପ୍ରାୟ ୨ଟାରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ମୃତକମାନେ ହେଲେ ଜଳେଶ୍ଵର ବ୍ଲକ ପାଇକସ୍ତା ଗାଁର ତୋଫାନୀ ରଣା, ତାଙ୍କ ସ୍ତ୍ରୀ କଳ୍ପନା ରଣା ଏବଂ ବସ୍ତା ବ୍ଲକ ଚୂରମରା ଗାଁର ସୁବି ରଞ୍ଜନ ପରିଡ଼ା, ଖଗଡ଼ାପାଳ ଗାଁର କାର୍‌ ଡ୍ରାଇଭର ରବି ରଣା। ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

ସୂଚନା ମୁତାବକ, ୬ ଜଣ ଏକ କାରରେ ମହାପ୍ରଭୁଙ୍କ ଦର୍ଶନ ଲାଗି ପୁରୀ ଆସିଥିଲେ। ଶ୍ରୀକ୍ଷେତ୍ରରୁ ଦର୍ଶନ ସାରି ଘରକୁ ଫେରୁଥିଲେ। ଶନିବାର ରାତି ପ୍ରାୟ ୨ଟାରେ ଚୂରମରା ନିକଟରେ ରାସ୍ତାକଡ଼ରେ ଛିଡ଼ା ହୋଇଥିବା ଏକ ଡମ୍ପରକୁ କାରଟି ପଛରୁ ଧକ୍କା ଦେଇଥିଲା। ଏଥିରେ କାର ଚାଳକଙ୍କ ସମେତ ୪ ଜଣଙ୍କ ମୃତ୍ୟୁ ଘଟିଥିଲା। କାର୍‌ରେ ଥିବା ଚୂରମରା ଗାଁର ମାନସ ପରିଡ଼ା, ପାର୍ବତୀ ପରିଡ଼ା ଏବଂ ଜଣେ ଶିଶୁ ଗୁରୁତର ଆହତ ହୋଇଥିଲେ। ସେମାନଙ୍କୁ ଚିକିତ୍ସା ପାଇଁ ବାଲେଶ୍ଵର ମେଡିକାଲରେ ଭର୍ତ୍ତି କରାଯାଇଛି।

Hot this week

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

Related Articles

Popular Categories