www.samajalive.in
Monday, December 8, 2025
20.1 C
Bhubaneswar

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ ଘଟଣାରେ ମୃତ ଛାତ୍ରୀଙ୍କ ପରିବାରକୁ ୪ ଲକ୍ଷର ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଘଟଣାରେ ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାକୁ ସମବେଦନା ଜଣାଇଛନ୍ତି। ପୀଡିତାଙ୍କ ମୃତ୍ୟୁ ପରେ ଆଜି କ୍ଷତିପୂରଣ ଦାବିରେ ପରିବାର ଲୋକେ ହସ୍ପିଟାଲ ସମ୍ମୁଖରେ ଧାରଣାରେ ବସିଥିଲେ। ତେବେ ଦାବି ପୂରଣର ପ୍ରତିଶ୍ରୁତି ପ​‌ରେ ପରିବାର ଲୋକେ ଧାରଣାରୁ ଉଠିଛନ୍ତି। ଘଟଣାସ୍ଥଳରେ ପୁଲିସ୍‌ ପହଞ୍ଚି ପୀଡିତାଙ୍କ ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଯାଇଛି।

ସୂଚନା ମୂତାବକ ରାଉରକେଲା ଆଇଜିଏଚରେ ଚିକିତ୍ସାଧୀନ ଅବସ୍ଥାରେ ପୀଡିତା ଆଖି ବୁଜିଛନ୍ତି । ନିଜ ଶରୀରରେ କିରୋସିନ ଢାଳି ନିଆଁ ଲଗାଇଥିଲେ ନାବାଳିକା ଛାତ୍ରୀ । ପୁରୁଷ ବନ୍ଧୁର ଉତ୍ପୀଡ଼ନରେ ଅତିଷ୍ଠ ହୋଇ ଆତ୍ମାହୁତି ଉଦ୍ୟମ କରିଥିବା ରାଜଗାଙ୍ଗପୁର ସରବତୀ ଦେବୀ ମହିଳା ମହାବିଦ୍ୟାଳୟର ଛାତ୍ରୀଙ୍କୁ ଗତକାଲି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ ରାଉରକେଲାର ଇସ୍ପାତ ଜେନେରାଲ ହସ୍ପିଟାଲରେ ଭେଟିଥିଲେ । ଛାତ୍ରୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଥିଲା । ସେ ଜୀବନ ଓ ମୃତ୍ୟୁର ଦୋଛକିରେ ରହିଥିଲେ । ସ୍ବାସ୍ଥ୍ୟମନ୍ତ୍ରୀ ଡ.ମହାଲିଙ୍ଗ ଛାତ୍ରୀଙ୍କ ଅବସ୍ଥା ଦେଖିବା ସହ ତାଙ୍କ ଚିକିତ୍ସା ବ୍ୟବସ୍ଥା ସମ୍ପର୍କରେ ଡାକ୍ତରମାନଙ୍କ ସହ ଆଲୋଚନା କରିଥିଲେ ସେ ଛାତ୍ରୀଙ୍କ ପରିବାରକୁ ମଧ୍ୟ ଭେଟି ସମବେଦନା ଜଣାଇଥିଲେ। ଛାତ୍ରୀଙ୍କ ଶରୀରର ପ୍ରାୟ ୯୨ ପ୍ରତିଶତ ପୋଡ଼ି ଯାଇଥିଲା । ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର କରିବା ପାଇଁ ଡାକ୍ତରୀ ଦଳ ପ୍ରୟାସ କରିଥିଲେ ।

Hot this week

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

Related Articles

Popular Categories