www.samajalive.in
Sunday, December 14, 2025
23.1 C
Bhubaneswar

ରାଜ୍ୟରେ ଆଉ ୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୪ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ୨ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ କଟକ ଓ ପୁରୀ ଜିଲାରେ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୧୦୮କୁ ବୃଦ୍ଧିପାଇଛି। ରାଜ୍ୟରେ ସଂପ୍ରତି କରୋନା ସଂକ୍ରମଣ ଏବଂ କରୋନା ଜନିତ ମୃତ୍ୟୁ ହ୍ରାସ ପାଇବା ଆଶ୍ୱସ୍ତିର ବିଷୟ ହୋଇଛି। ଏହାସତ୍ତ୍ୱେ ୧୮ ବର୍ଷରୁ କମ୍‍ ବୟସର ପିଲାମାନେ ଅଧିକ ସଂଖ୍ୟାରେ ସଂକ୍ରମିତ ହେଉଥିବା ଚିନ୍ତାର କାରଣ ପାଲଟିଛି। କରୋନାର ତୃତୀୟ ଲହର ସଂକ୍ରମଣ ଭୟ ଏପର୍ଯ୍ୟନ୍ତ ଯାଇନଥିବାରୁ କୋଭିଡ କଟକଣା କଡାକଡି ଭାବରେ ପାଳନ କରିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି।

Hot this week

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

Related Articles

Popular Categories