www.samajalive.in
Monday, December 8, 2025
24.1 C
Bhubaneswar

ଅପରାହ୍ନ ୪ଟା ମୁଖ୍ୟ ଖବର

ଉତ୍ତର-ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ ସୃଷ୍ଟି ହୋଇଛି .. ଆସନ୍ତା ୧୨ ଘଣ୍ଟା ମଧ୍ୟରେ ସୁଦୃଶଃ ଲଘୁଚାପ ଏବଂ ୨୪ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି..

ମହାନଦୀରେ ଛୋଟ ଧରଣର ବନ୍ୟା ଆଶଙ୍କା କରାଯାଉଛି .. ଏନେଇ ଆଜି ଜଳସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ବିଜୟ ମିଶ୍ରଙ୍କ ପକ୍ଷରୁ ସୂଚନା.. ବିପଦ ସଂକେତ ଟପିଲା ବୈତରଣୀ..

- Advertisement -

ଆଜି ଉପକୂଳ ଓ ଆଭ୍ୟନ୍ତରୀଣ ଓଡିଶାର ୧୪ ଜିଲାରେ ପ୍ରବଳ ବର୍ଷିବ .. ଭଦ୍ରକ, ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ, ଗଞ୍ଜାମ, ଗଜପତିରେ ପ୍ରବଳ ବର୍ଷା ସମ୍ଭାବନା..

ଆସନ୍ତାକାଲି ପଶ୍ଚିମ ଓଡିଶା ଓ ଆଭ୍ୟନ୍ତରର ୧୬ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। କାଲି ବଲାଙ୍ଗୀର, ବରଗଡ, କଳାହାଣ୍ଡି ଓ ସମ୍ବଲପୁରରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ..

ହୀରାକୁଦ ଜଳଭଣ୍ଡାରର  ବୃଦ୍ଧି ପାଇବାରେ ଲାଗିଛି ଜଳସ୍ତର .. ଲଘୁଚାପ ବର୍ଷା ଓ ବନ୍ୟା ନିୟନ୍ତ୍ରଣକୁ ଦୃଷ୍ଟିରେ ରଖି ୨୮ଟି ସ୍ଲୁଇସ ଗେଟ ଦେଇ ଜଳ ନିଷ୍କାସନ କରାଯାଉଛି .. ଶନିବାର ପୂର୍ବାହ୍ନରୁ ଅପରାହ୍ନ ମଧ୍ୟରେ ୮ଟି ଗେଟ୍ ଖୋଲାଯାଇଛି .. ଦିନ ୧୨ଟା ସୁଦ୍ଧା ଜଳଭଣ୍ଡାରର ଜଳସ୍ତର ୬୧୭.୦୮ ଫୁଟ ରହିଛି..

ଜଳଭଣ୍ଡାର ମଧ୍ୟକୁ ପ୍ରତି ସେକେଣ୍ଡରେ ୪ ଲକ୍ଷ ୪୯ ହଜାର ୫୦୮ ଘନ ଫୁଟ ଜଳ ପ୍ରବେଶ କରୁଥିବାବେଳେ ୪ ଲକ୍ଷ ୭ ହଜାର ୩୫ ଘନ ଫୁଟ ଜଳ ନିଷ୍କାସିତ ହେଉଛି..

କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ପୁଣି କରୋନା ସଂକ୍ରମିତ ହୋଇଛନ୍ତି.. ଏନେଇ ପାର୍ଟିର ମହାସଚିବ ଜୟରାମ ରମେଶ ଟ୍ୱିଟ କରି ସୂଚନା ଦେଇଛନ୍ତି..

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories