www.samajalive.in
Monday, December 8, 2025
17.1 C
Bhubaneswar

ବୁର୍ଲା ଭିସୁଟର ୪ କର୍ମଚାରୀଙ୍କୁ କରୋନା

ସମ୍ବଲପୁର : ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀରସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟର ୪ ଜଣ କର୍ମଚାରୀ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏନେଇ ଜିଲାପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ପୂର୍ବରୁ ଆକ୍ରାନ୍ତ ଜଣେ ଅଧ୍ୟାପିକାଙ୍କ ସଂସ୍ପର୍ଶରେ ଆସି ଏହି ୪ କର୍ମଚାରୀ ସଂକ୍ରମିତ ହୋଇଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ ସମ୍ପୃକ୍ତ ଅଧ୍ୟାପିକାଙ୍କ ସ୍ୱାମୀଙ୍କ କରୋନାରେ ମୃତ୍ୟୁ ଘଟିଥିଲା। ସ୍ୱାମୀଙ୍କ ମୃତ୍ୟୁ ପରେ ଅଧ୍ୟାପିକାଙ୍କ ନମୁନା ବି ପଜିଟିଭ ଆସିଥିଲା।

ଅଧ୍ୟାପିକାଙ୍କ କରୋନା ଟେଷ୍ଟ୍‌ ରିପୋର୍ଟ ପଜିଟିଭ୍‌ ଆସିବାରୁ ଭିସୁଟ କର୍ମଚାରୀଙ୍କ ସ୍ୱାବ୍ ନିଆଯାଇଥିଲା। ସଂଗୃହୀତ ୬୦ ସ୍ୱାବ୍‌ରୁ ୪ ଜଣଙ୍କ ନମୁନା ପଜିଟିଭ ଆସିଥିବା ଜିଲାପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପକ୍ଷେ କରୋନା ସଂକ୍ରମଣ ବୃଦ୍ଧି ଆଶଙ୍କାରେ ଆସନ୍ତା ୧୧ ତାରିଖ  ବୁର୍ଲାସ୍ଥିତ ବୀରସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟକୁ ବନ୍ଦ ଘୋଷଣା କରିଛନ୍ତି କତ୍ତୃପକ୍ଷ । ଏଥି ସହିତ ସମସ୍ତ କର୍ମଚାରୀଙ୍କୁ ହେଡକ୍ୱାର୍ଟର ନଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଛି । ନିୟମ ଉଲ୍ଲଘଂନ କଲେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ସହ ଜରିମାନା ହେବ ବୋଲି ଚେତାବନି ଦିଆଯାଇଛି । ହେଡକ୍ୱାର୍ଟର ବାହାରେ ଥିବା କର୍ମଚାରୀ ଫେରିଲେ ହୋମ୍ କ୍ୱାଣେଣ୍ଟାଇନ୍‌ରେ ରହିବେ ବୋଲି ଭିସୁଟ କର୍ତ୍ତୃପକ୍ଷଙ୍କ ପକ୍ଷରୁ କୁହାଯାଇଛି ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories