www.samajalive.in
Sunday, December 14, 2025
19.1 C
Bhubaneswar

ଜାମ୍ମୁ କଶ୍ମୀର : ୪ ଆତଙ୍କବାଦୀ ନିପାତ, ଜଣେ ଯବାନ ସହିଦ

ଶ୍ରୀନଗର : ଜାମ୍ମୁ କଶ୍ମୀରର ସୋପିଆ ଜିଲ୍ଲାରେ ମଙ୍ଗଳବାର ସୁରକ୍ଷା କର୍ମୀଙ୍କ ସହ ଗୁଳି ବିନିମୟରେ ୪ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି ଓ  ଜଣେ ଯବାନ ସହିଦ ହୋଇଥିବା ଜଣାପଡ଼ିଛି ।

ସୋପିଆ ଜିଲ୍ଲାର ନନ୍ଦୀଗାମ ଅଞ୍ଚଳରେ ନିୟନ୍ତ୍ରଣ ରେଖା ନିକଟରେ  ଆତଙ୍କବାଦୀ ଲୁଚି ରହିଥିବା ନେଇ ସୁରକ୍ଷା ବାହିନୀକୁ ସୂଚନା ମିଳିଥିଲା । ପରେ ସୁରକ୍ଷାବାହିନୀର ଯବାନମାନେ ଘଟଣାସ୍ଥଳରେ ପହଞ୍ଚିଥିଲେ। ଏହି ସମୟରେ ଉଭୟ ପକ୍ଷରୁ ଗୁଳିବିନିମୟ ହୋଇଥିଲା। ଏଥିରେ ୪ ଜଣ ଆତଙ୍କବାଦୀ ନିହତ ହୋଇଥିବା ବେଳେ ଜଣେ ଯବାନ ସହିଦ ହୋଇଛନ୍ତି । ୨ ଜଣ ଯବାନ ଆହତ ହୋଇଥିବା ଖବର ମିଳିଛି।  କିଛି ଦିନ ହେବ ତୁଷାରପାତ ଭିତରେ ସୀମାରେ ପାକିସ୍ତାନୀ ଆତଙ୍କବାଦୀଙ୍କ କାର୍ଯ୍ୟକଳାପ ବୃଦ୍ଧି ପାଇଛି ।

- Advertisement -

ଅନ୍ୟ ପକ୍ଷରେ ଜାମ୍ମୁ କଶ୍ମୀରର ସୋପିଆ ଜିଲ୍ଲାରେ ଆତଙ୍କବାଦୀମାନେ ଶନିବାର ଜଣେ ଯୁବକଙ୍କୁ ପ୍ରଥମେ ଅପହରଣ କରି ପରେ ଗଳାକାଟି ହତ୍ୟା କରିଥିଲେ। ରାଜ୍ୟରେ ୨ ଦିନ ମଧ୍ୟରେ ଏହା ଥିଲା ଦ୍ୱିତୀୟ ଘଟଣା ।  ଅଜଣା ବନ୍ଧୁକଧାରୀମାନେ ମୋଟ ୩ ଜଣ ଯୁବକଙ୍କୁ ଅପହରଣ କରିଥିଲେ । ଏଥିରୁ ଜଣଙ୍କୁ ହତ୍ୟା କରିଥିବା ବେଳେ ୨ ଜଣଙ୍କୁ ଛାଡି ଦେଇଥିଲେ ।

Hot this week

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

Related Articles

Popular Categories