www.samajalive.in
Monday, December 8, 2025
13.1 C
Bhubaneswar

ସୋପିଆନରେ ଏନକାଉଣ୍ଟର: ଯବାନଙ୍କ ଗୁଳିରେ ୪ ଆତଙ୍କବାଦୀ ନିହତ

ଶ୍ରୀନଗର: ଜାମ୍ମୁ-କାଶ୍ମୀରର ସୋପିଆନ ଜିଲାରେ ବୁଧବାର ଯବାନ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ଘଟିଛି। ଏଥିରେ ୪ ଆତଙ୍କବାଦୀ ନିହତ ହୋଇଛନ୍ତି।

ସୋପିଆନର ମେଲହୁରା ଗାଁରେ ଆତଙ୍କବାଦୀମାନେ ଲୁଚିଥିବା ସୁରକ୍ଷାକର୍ମୀଙ୍କୁ ମଙ୍ଗଳବାର ବିଳମ୍ବିତ ରାତିରେ ସୂଚନା ମିଳିଥିଲା। ଏହା ପରେ ସେନାର ୫୫ ରାଷ୍ଟ୍ରୀୟ ରାଇଫଳ୍ସ, ସିଆରପିଏଫ ଏବଂ ଏସଓଜି ଯବାନଙ୍କ ଟିମ୍‌ ଗାଁରେ ପହଞ୍ଚି ଚାରିପଟୁ ଘେରିଯିବା ସହିତ ସର୍ଚ୍ଚ ଅପରେଶନ ଚଳାଇଥିଲେ। ଫଳରେ ଆତଙ୍କୀମାନେ ଲୁଚି ରହିଥିବା ଏକ କୋଠାରୁ ଯବାନଙ୍କୁ ଟାର୍ଗେଟ କରି ଗୁଳି ଚଳାଇଥିଲେ। ଯବାନମାନେ ଏହାର କଡ଼ା ଜବାବ ଦେଇଥିଲେ। ରାତି ସାରା ଗାଁରେ ଗୁଳିବିନିମୟ ଜାରି ରହିଥିଲା। ସକାଳ ସୁଦ୍ଧା ୪ ଆତଙ୍କୀ ନିହତ ହୋଇଥିବାବେଳେ ଅନ୍ୟ ଆତଙ୍କୀଙ୍କ ସହିତ ଏନକାଉଣ୍ଟର ଜାରି ରହିଥିବା ସୂଚନା ମିଳିଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories