www.samajalive.in
Sunday, December 7, 2025
23.1 C
Bhubaneswar

ଆଜି ରାତି ୯ଟାରୁ ଲାଗୁ ହେବ ୧୪ ଦିନିଆ ଲକଡ଼ାଉନ ନିୟମ

ଭୁବନେଶ୍ୱର : କରୋନା ସଂକ୍ରମଣର ହଟସ୍ପଟ ପାଲଟିଥିବା ରାଜ୍ୟର ୪ଟି ଜିଲା ଓ ଗୋଟିଏ ମହାନଗର ନିଗମରେ ଆଜି ରାତି ୯ଟାରୁ ୧୪ ଦିନିଆ ଲକଡ଼ାଉନ ନିୟମ ଲାଗୁ ହେବ। ଗଞ୍ଜାମ, ଖୋର୍ଦ୍ଧା, କଟକ ଓ ଯାଜପୁର ଜିଲା ସହ ରାଉରକେଲା ମହାନଗର ନିଗମରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସହ ବୃଦ୍ଧି ପାଉଥିବାରୁ ଏହି କଟକଣା ଲାଗୁ କରାଯାଇଛି।
ଲାଗୁ ହୋଇଥିବା ନିୟମ ଅନୁଯାୟୀ, ଅତ୍ୟାବଶ୍ୟକ ସେବାକୁ ଛାଡ଼ି ଅନ୍ୟ ବ୍ୟବସାୟିକ ପ୍ରତିଷ୍ଠାନ , କାର୍ଯ୍ୟାଳୟ, ଅନୁଷ୍ଠାନ ବନ୍ଦ ରହିବ।କ୍ଷୀର, ପରିବା, ତେଜରାତି ଦୋକାନ, ଆଦି ସକାଳ ୬ଟାରୁ ଦିନ ୧ଟା ଯାଏଁ ଖୋଲା ରହିବ।
ଏହାସହ ଏହି ୪ଟି ଜିଲାରେ ସପ୍ତାହନ୍ତ ସଟଡ଼ାଉନ ନିୟମ ଲାଗୁ ହେବ ନାହିଁ। ମାତ୍ର ଅନ୍ୟ ସମସ୍ତ ଜିଲା ସପ୍ତାହାନ୍ତ ସଟଡ଼ାଉନ ଲାଗୁ ହେବ। ତେବେ କଟକ ଓ ଭୁବନେଶ୍ୱର ଭିତରକୁ ଜରୁରୀ କାରଣ ନଥିଲେ କୌଣସି ଗାଡ଼ି ଛଡ଼ାଯିବ ନାହିଁ। ଏହି ୧୪ ଦିନ ମଧ୍ୟରେ ବ୍ୟାପକ ମାତ୍ରାରେ ସର୍ଭେଲାନ୍ସ ଓ ଟେଷ୍ଟିଂ କରାଯିବ। ଯେଉଁମାନେ ଏହି କଟକଣାକୁ ଉଲ୍ଲଂଙ୍ଘନ କରିବେ ଆଇନ ଅନୁଯାୟୀ ସେମାନଙ୍କ ପ୍ରତି ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟ ଶାସନ ସଚିବ ସୂଚନା ଦେଇଛନ୍ତି।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories