www.samajalive.in
Monday, December 8, 2025
13.1 C
Bhubaneswar

ବ୍ୟାଙ୍କ ମିଶ୍ରଣକୁ ୪ କର୍ମଚାରୀ ସଂଘର ବିରୋଧ, ୨୬ରୁ ୨ ଦିନିଆ ଧର୍ମଘଟ

ନୂଆଦିଲ୍ଲୀ: ବ୍ୟାଙ୍କଗୁଡ଼ିକର ମିଶ୍ରଣକୁ ୪ଟି କର୍ମଚାରୀ ସଂଗଠନ କଡ଼ା ବିରୋଧ କରିଛନ୍ତି। ଏହାର ପ୍ରତିବାଦରେ ସଂଗଠନ ପକ୍ଷରୁ ଦେଶବ୍ୟାପୀ ୨ ଦିନିଆ ଧର୍ମଘଟ ଡାକରା ଦିଆଯାଇଛି। ଆସନ୍ତା ୨୬ ଏବଂ ୨୭ ତାରିଖରେ ଧର୍ମଘଟରେ ସାମିଲ ହେବାକୁ ବ୍ୟାଙ୍କ କର୍ମଚାରୀମାନଙ୍କୁ ସଂଗଠନ ପକ୍ଷରୁ ଆହ୍ବାନ କରାଯାଇଛି। ଫଳରେ ମାସ ଶେଷକୁ ୪ ଦିନ ଲଗାତାର ବନ୍ଦ ରହିବ। ୨୬ ଏବଂ ୨୭ ତାରିଖ ଯଥାକ୍ରମେ ଗୁରୁବାର ଓ ଶୁକ୍ରବାର ପଡୁଥିବାବେଳେ ଏହା ପରଦିନ ମାସ ଶେଷ ଶନିବାର ଓ ରବିବାର ରହିଛି। ଏହି ୪ଦିନ ବ୍ୟାଙ୍କ ବନ୍ଦ ରହିବ। ଏହା ପରେ ନଭେମ୍ବର ୨ୟ ସପ୍ତାହରୁ ଅନିର୍ଦ୍ଦିଷ୍ଟକାଳ ପର୍ଯ୍ୟନ୍ତ ଧର୍ମଘଟ କରାଯିବ ବୋଲି ସଂଗଠନଗୁଡ଼ିକ ଚେତାବନୀ ଦେଇଛନ୍ତି। ସୂଚନାଯୋଗ୍ୟ, ବ୍ୟାଙ୍କିଙ୍ଗ ସେକ୍ଟରକୁ ଅଧିକ ମଜଭୁତ କରିବା ଲାଗି କିଛି ଦିନ ତଳେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୧୦ଟି ବ୍ୟାଙ୍କକୁ ମିଶାଇ ୪ଟି ବ୍ୟାଙ୍କ କରାଯିବା ନେଇ ଘୋଷଣା କରିଥିଲେ।

Hot this week

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

Related Articles

Popular Categories