www.samajalive.in
Sunday, December 7, 2025
26.1 C
Bhubaneswar

ଦେଶର ବିଭିନ୍ନ ସ୍ଥାନରେ କାଳବୈଶାଖୀ, ୪୦ ମୃତ

ନୂଆଦିଲ୍ଲୀ: ଦେଶର ବିଭିନ୍ନ ରାଜ୍ୟରେ ମଙ୍ଗଳବାର ସନ୍ଧ୍ୟାରେ କାଳବୈଶାଖୀ ଯୋଗୁ ବହୁ ଧନଜୀବନ ହାନି ହୋଇଛି। କାଳବୈଶାଖୀ ସମୟରେ ଝଡ଼ବର୍ଷା ସହ ବଜ୍ରପାତ ଯୋଗୁ ୪୦ ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଏଥିସହ ପାଖାପାଖି ୪୦ ଜଣ ଆହତ ହୋଇଛନ୍ତି। ବୁଧବାର ଏବଂ ଗୁରୁବାର ମଧ୍ୟ ପାଣିପାଗ ଏଭଳି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ମଙ୍ଗଳବାର ସନ୍ଧ୍ୟାରେ ଅଚାନକ ପାଗ ବଦଳିଯାଇଥିଲା। ଗୁଜରାଟ, ମହାରାଷ୍ଟ୍ର, ମଧ୍ୟପ୍ରଦେଶ, ରାଜସ୍ଥାନ, ଝାଡ଼ଖଣ୍ଡ, ହିମାଚଳ ପ୍ରଦେଶ, ହରିୟାଣା ଏବଂ ନୂଆଦିଲ୍ଲୀରେ ଝଡ଼ତୋଫାନ ସହ ବର୍ଷା ଏବଂ ବଜ୍ରପାତ ହୋଇଥିଲା। ଏସବୁ ରାଜ୍ୟରେ ମୋଟ ୪୦ ଜଣଙ୍କ ମୃତ୍ୟୁ ଘଟିଛି। ଗୁଜରାଟ, ରାଜସ୍ଥାନ ଏବଂ ମଧ୍ୟପ୍ରଦେଶରେ ସବୁଠାରୁ ଅଧିକ କ୍ଷୟକ୍ଷତି ହୋଇଛି। ମୃତକଙ୍କ ମଧ୍ୟରେ ମଧ୍ୟପ୍ରଦେଶର ୧୫ ଜଣ ରହିଛନ୍ତି। ଏହାବ୍ୟତୀତ ଗୁଜରାଟରେ ୧୧ ଜଣ, ରାଜସ୍ଥାନରେ ୭, ପଞ୍ଜାବରେ ୨ ଏବଂ ହରିୟାଣା, ଝାଡ଼ଖଣ୍ଡ, ମହାରାଷ୍ଟ୍ର, ଉତ୍ତରପ୍ରଦେଶ ଓ ହିମାଚଳ ପ୍ରଦେଶରେ ଜଣେ ଲେଖାଏ ପ୍ରାଣ ହରାଇଛନ୍ତି।

Hot this week

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

Related Articles

Popular Categories