www.samajalive.in
Thursday, December 11, 2025
15.1 C
Bhubaneswar

ରାଜ୍ୟରେ ୪୨୪ ନୂଆ ଆକ୍ରାନ୍ତ ଚିହ୍ନଟ; ସୁସ୍ଥ ହେଲେ ୧୪୭

ଭୁବନେଶ୍ୱର: ରାଜ୍ୟରେ ଦିନକ ମଧ୍ୟରେ ୪୨୪ ନୂଆ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦିନକ ମଧ୍ୟରେ ୧୪୭ ଜଣ କୋଭିଡରୁ ସୁସ୍ଥ ହୋଇଛନ୍ତି । ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ସଂଗରୋଧରୁ ୨୪୬ ଓ ସ୍ଥାନୀୟ ସଂକ୍ରମିତ ୧୭୮ ଜଣ ଅଛନ୍ତି । ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‍ ବୟସର ୪୭ ଜଣ ରହିଛନ୍ତି । ରାଜ୍ୟର ବାଲେଶ୍ୱର ଜିଲାରୁ ୨୯, ବରଗଡ ୫, ଭଦ୍ରକ ୧, ବଲାଙ୍ଗିର ୬, କଟକ ୬୬, ଦେବଗଡ ୪ ଓ ଢେଙ୍କାନାଳରୁ ୬ ଜଣ ଚିହ୍ନଟ ହୋଇଛନ୍ତି । ଗଞ୍ଜାମରେ ୩, ଜଗତସିଂହପୁର ୮, ଯାଜପୁର ୬, ଝାରସୁଗୁଡା ୧୪, କଳାହାଣ୍ଡି ୨, କେନ୍ଦ୍ରାପଡା ୨, କେନ୍ଦୁଝର ୧, ଖୋର୍ଦ୍ଧା ୧୫୧, କୋରାପୁଟ ୩, ମାଲକାନଗିରି ୨, ମୟୁରଭଞ୍ଜ ୪, ନବରଙ୍ଗପୁର ୫, ନୟାଗଡ ୫, ପୁରୀ ୧୨, ରାୟଗଡା ୨, ସମ୍ବଲପୁର ୨୨, ସୋନପୁର ୭ ଓ ଷ୍ଟେଟପୁଲରୁ ୩୧ ଜଣଙ୍କୁ ଚିହ୍ନଟ କରାଯାଇଛି । ରାଜ୍ୟରେ ମୋଟ ୨୫୭୦୧୦୭୪ ନମୁନା ପରୀକ୍ଷା କରାଯାଇଛି । ମୋଟ ୧୦୪୫୧୦୯ ଜଣ ସୁସ୍ଥ ହୋଇସାରିଲେଣି । ସଂପ୍ରତି ୨୩୫୫ ଜଣ ସକ୍ରିୟ ଆକ୍ରାନ୍ତ ଅଛନ୍ତି ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories