www.samajalive.in
Sunday, December 7, 2025
23.1 C
Bhubaneswar

ରାଜ୍ୟରେ ନୂଆ ୪୩୩ କରୋନା ଆକ୍ରାନ୍ତ, ୪ ମୃତ

ଭୁବନେଶ୍ୱର: ରାଜ୍ୟରେ ଗତ ଦିନକ ମଧ୍ୟରେ ୪୩୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିସହିତ ଦିନକ ମଧ୍ୟରେ ୪ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି । ଚିହ୍ନଟ ନୂଆ ସଂକ୍ରମିତଙ୍କ ମଧ୍ୟରେ ସଂଗରୋଧରୁ ୨୫୨ ଓ ସ୍ଥାନୀୟ ସଂକ୍ରମିତ ୧୮୧ ଜଣ ରହିଛନ୍ତି । ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ ବୟସର ୬୪ ଜଣ ରହିଥିବା ଜଣାଯାଇଛି । ଅନୁଗୁଳ ଜିଲାରୁ ୪, ବାଲେଶ୍ୱର ୮, ବରଗଡ ୬, ଭଦ୍ରକ ୭, ବଲାଙ୍ଗିର ୧ ଓ କଟକରୁ ୩୬ ଜଣ ଚିହ୍ନଟ ହୋଇଛନ୍ତି । ଦେବଗଡରୁ ୮, ଢେଙ୍କାନାଳ ୧, ଗଞ୍ଜାମ ୨, ଜଗତସିଂହପୁର ୧୪, ଯାଜପୁର ୮, ଝାରସୁଗୁଡା ୧, କଳାହାଣ୍ଡି ୨ ଓ କେନ୍ଦ୍ରାପଡାରୁ ୧୧ ଚିହ୍ନଟ ହୋଇଛନ୍ତି । ସେହିଭଳି ଖୋର୍ଦ୍ଧାରୁ ୨୦୭, ମୟୁରଭଞ୍ଜ ୧୫, ନୟାଗଡ ୪, ନୂଆପଡା ୯, ପୁରୀ ୮, ରାୟଗଡା ୨, ସମ୍ବଲପୁର ୧୭, ସୋନପୁର ୧, ସୁନ୍ଦରଗଡ ୧୨ ଓ ଷ୍ଟେଟପୁଲରୁ ୪୯ ଜଣଙ୍କୁ ଚିହ୍ନଟ କରାଯାଇଛି । ଦିନକ ମଧ୍ୟରେ ୩୬୦ ଜଣ ସୁସ୍ଥ ହୋଇଛନ୍ତି । ରାଜ୍ୟରେ ସଂପ୍ରତି ୪୬୨୩ ଜଣ ସକ୍ରିୟ କରୋନା ରୋଗୀ ରହିଛନ୍ତି । ଗତ ୨୪ ଘଣ୍ଟା ମଧ୍ୟରେ ଖୋର୍ଦ୍ଧା, ଜଗତସିଂହପୁରରେ ଜଣେ ଲେଖାଏଁ ଏବଂ ମୟୁରଭଞ୍ଜରେ ୨ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି ।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories