www.samajalive.in
Tuesday, December 9, 2025
15.1 C
Bhubaneswar

ନୂଆଦିଲ୍ଲୀରେ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା: ‘ଓଡ଼ିଶା ମଣ୍ଡପ’ ପରିଦର୍ଶନ କଲେ ଓଡ଼ିଶା ବିଧାନସଭାର ବାଚସ୍ପତି, କଳା କାରିଗରିକୁ ପ୍ରଶଂସା କଲେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରାଳୟର ରାଷ୍ଟ୍ରମନ୍ତ୍ରୀ

ନୂଆଦିଲ୍ଲୀ/ଭୁବନେଶ୍ୱର: ନୂଆଦିଲ୍ଲୀର ‘ଭାରତ ମଣ୍ଡପମ୍’ଠାରେ ଚାଲିଛି ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା। ଏହି ମେଳାରେ ଅନ୍ୟତମ ଆକର୍ଷଣ ସାଜିଥିବା ‘ଓଡ଼ିଶା ମଣ୍ଡପ’ ପରିଦର୍ଶନ କରିଛନ୍ତି ଓଡ଼ିଶା ବିଧାନସଭାର ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ। ସେ ଏଠାରେ ସ୍ଥାନ ପାଇଥିବା ବିଭିନ୍ନ ଷ୍ଟଲ ବୁଲି ଦେଖିବା ସହ ‘ଓଡ଼ିଶା ମଣ୍ଡପ’ର ଆକର୍ଷଣୀୟ ଡିଜାଇନକୁ ପ୍ରଶଂସା କରିଥିଲେ।

‘‘ଓଡ଼ିଶା ଆଜି ବିଭିନ୍ନ କ୍ଷେତ୍ରରେ ଆଗକୁ ଯାଉଛି। ଆଧୁନିକ ଶିକ୍ଷା, ଗମନା ଗମନ, ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ଆଦି ବିଷୟରେ ଓଡ଼ିଶା ବିଶେଷ ଉନ୍ନତି କରୁଛି। ଏହି ବିକାଶର ଚିତ୍ର ଓଡ଼ିଶା ମଣ୍ଡପରେ ପ୍ରତିଫଳିତ ହେଉଛି। ୨୦୪୭ ସୁଦ୍ଧା ବିକଶିତ ଭାରତ ଗଠନ ପାଇଁ ଯେଉଁ ଲକ୍ଷ୍ୟ ରହିଛି ସେଥିରେ ଓଡ଼ିଶାର ଉଲ୍ଲେଖନୀୟ ଯୋଗଦାନ ରହିବ’’, କହିଛନ୍ତି ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ।

- Advertisement -

ସେହିପରି ଭାରତ ସରକାରଙ୍କ ପ୍ରତିରକ୍ଷା ମନ୍ତ୍ରାଳୟର ରାଷ୍ଟ୍ରମନ୍ତ୍ରୀ ଶ୍ରୀଯୁକ୍ତ ସଞ୍ଜୟ ସେଠ୍ ମଧ୍ୟ ଓଡ଼ିଶା ମଣ୍ଡପ ପରିଦର୍ଶନ କରିଥିଲେ। ବିଭିନ୍ନ ଷ୍ଟଲ ବୁଲି ଦେଖିବା ସହ ଓଡ଼ିଶାର କଳା କାରିଗରିକୁ ପ୍ରଶଂସା କରିଥିଲେ।

‘‘ଓଡ଼ିଶା ମଣ୍ଡପକୁ ଆକର୍ଷଣୀୟ କରାଯାଇଛି। ଅନ୍ତର୍ଜାତୀୟ ବାଣିଜ୍ୟ ମେଳା ଭଳି ବିଶ୍ୱସ୍ତରୀୟ କାର୍ଯ୍ୟକ୍ରମରେ ଓଡ଼ିଶା ଭାଗନେଇ ଏହାର କଳା, ସଂସ୍କୃତି ଓ ଏତିହ୍ୟକୁ ପ୍ରଦର୍ଶନ କରୁଛି। ଓଡ଼ିଶାର ଶିଳ୍ପୀ ଓ କାରିଗରମାନଙ୍କ ସୂକ୍ଷ୍ମ କାରୁକାର୍ଯ୍ୟ ସମସ୍ତଙ୍କୁ ଆକୃଷ୍ଟ କରୁଛି,’’ କହିଛନ୍ତି କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ଶ୍ରୀଯୁକ୍ତ ସଞ୍ଜୟ ସେଠ୍। ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ମାଣ୍ଡିଆ ଓ ପୁଷ୍ଟିଶସ୍ୟରୁ ପ୍ରସ୍ତୁତ ବିଭିନ୍ନ ଉତ୍ପାଦ କିଣିଥିଲେ।

‘ଓଡ଼ିଶା ମଣ୍ଡପ’ରେ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ପକ୍ଷରୁ ବିଭିନ୍ନ ଷ୍ଟଲ ଖୋଲାଯାଇଛି। ଏଥିରେ ପ୍ରଦର୍ଶିତ ଅନନ୍ୟ ହସ୍ତତନ୍ତ, ହସ୍ତଶିଳ୍ପ ସାମଗ୍ରୀ ସହିତ ବିଭିନ୍ନ ଗ୍ରାମୀଣ ଉତ୍ପାଦ, ମିଶନ ଶକ୍ତି ମହିଳାଙ୍କ ହାତ ତିଆରି ଜିନିଷ ଏବଂ ଜନଜାତିଙ୍କ କଳାକୃତି ଆଦି ବିଶେଷ ଆକର୍ଷର ପାଲଟିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories