ଭୁବନେଶ୍ବର: ଆସନ୍ତା ୩ ବର୍ଷରେ ରାଜ୍ୟରେ ନିଯୁକ୍ତ ହେବେ ୪୫ ହଜାର ଶିକ୍ଷକ । ଏଭଳି ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ୪୫ ହଜାର ଶିକ୍ଷକ ପଦବୀ ମଧ୍ୟରୁ ୪୦ ହଜାର ନୂତନ ପଦବୀ ସୃଷ୍ଟି ହେବ । ଜାତୀୟ ଶିକ୍ଷାନୀତି ଅନୁଯାୟୀ ପ୍ରାଥମିକ ଶିକ୍ଷା ନୀତିରେ ହେବ ବ୍ୟାପକ ପରିବର୍ତ୍ତନ । ସିମ୍ମାଟିକ୍ ପ୍ରାଥମିକ ଶିକ୍ଷକଙ୍କୁ ନିୟମିତ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି ସରକାର ।



