www.samajalive.in
Saturday, December 6, 2025
19.1 C
Bhubaneswar

ଉପକୂଳ ଓଡ଼ିଶାକୁ ପରିବର୍ତ୍ତନ କରିବାରେ ବଡ଼ ଭୂମିକା ନେବ ୪୫୧ କିମି ଲମ୍ବ ଦୀଘା-ଗୋପାଳପୁର ଉପକୂଳ ରାଜପଥ : ଧର୍ମେନ୍ଦ୍ର ପ୍ରଧାନ

• ଭାରତର ଅନ୍ୟତମ ପର୍ଯ୍ୟଟନସ୍ଥଳୀ ଭାବରେ ଉଭା ହେବ ଉପକୂଳବର୍ତ୍ତୀ ଅଞ୍ଚଳ
• ପାରାଦୀପ ଏବଂ ଧାମରା ବନ୍ଦରକୁ କୃଷି ଏବଂ ମତ୍ସ୍ୟଜାତ ସାମଗ୍ରୀ ପରିବହନ ହେବ
• ପ୍ରାକୃତିକ ବିପର୍ଯ୍ୟୟ ସମୟରେ ପରିବହନ ଓ ଯୋଗାଣରେ ପ୍ରମୁଖ ଭୂମିକା ଗ୍ରହଣ କରିବ
• ଉପକୂଳ ଅଞ୍ଚଳରେ ଏନସିସିର ସଂପ୍ରସାରଣ ସ୍ଥାନୀୟ ଯୁବକଙ୍କୁ ପାଇଁ ନୂଆ ସୁଯୋଗ ଦେବ

ନୂଆଦିଲ୍ଲୀ/ଭୁବନେଶ୍ୱର : ମୋଦି ସରକାରଙ୍କ ଉଚ୍ଚାକାଂକ୍ଷୀ ୪୫୧ କିମି ଲମ୍ବ ଦୀଘା-ଗୋପାଳପୁର ଉପକୂଳ ରାଜପଥ ସମ୍ପୂର୍ଣ୍ଣ ହେଲେ ଏହା ଉପକୂଳ ଓଡ଼ିଶାକୁ ପରିବର୍ତ୍ତନ କରିବାରେ ବଡ଼ ଭୂମିକା ଗ୍ରହଣ କରିବ। ସ୍ଥାନୀୟ ଅଞ୍ଚଳର ପରିବେଶକୁ ସୁରକ୍ଷା ଯୋଗାଇବା ସହ ଉପକୂଳବର୍ତ୍ତୀ ଅଞ୍ଚଳ ପର୍ଯ୍ୟଟକଙ୍କୁ ଆକର୍ଷିତ କରିବ ଓ ଭାରତର ଅନ୍ୟତମ ପର୍ଯ୍ୟଟନସ୍ଥଳୀ ଭାବରେ ଉଭା ହେବ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।


ଏ ସମ୍ପର୍କରେ ଶ୍ରୀ ପ୍ରଧାନ ଟ୍ୱିଟ୍‍ କରି କହିଛନ୍ତି ଯେ ଦୀଘା-ଗୋପାଳପୁର ଉପକୂଳ ରାଜପଥ ପାରାଦୀପ ଏବଂ ଧାମରା ବନ୍ଦରକୁ କୃଷି ଏବଂ ମତ୍ସ୍ୟଜାତ ସାମଗ୍ରୀ ପରିବହନ କରିବାରେ ଅର୍ଥନୈତିକ କରିଡ଼ର ଭାବେ କାର୍ଯ୍ୟ କରିବ। ଏହାସହ ପ୍ରାକୃତିକ ବିପର୍ଯ୍ୟୟ ତଥା ବାତ୍ୟା ଓ ବନ୍ୟା ସମୟରେ ପରିବହନ ଓ ଯୋଗାଣରେ ପ୍ରମୁଖ ଭୂମିକା ଗ୍ରହଣ କରିବ। ଉପକୂଳ ଅଞ୍ଚଳରେ ଏନସିସିର ସଂପ୍ରସାରଣ ସ୍ଥାନୀୟ ଯୁବକଙ୍କ ପାଇଁ ନୂଆ ସୁଯୋଗ ସୃଷ୍ଟି କରିବ ଏବଂ ବିପର୍ଯ୍ୟୟ ପରିଚାଳନାକୁ ମଜବୁତ୍‍ କରିବାରେ ସହାୟକ ହେବ। ଭିତ୍ତିଭୂମି ବିକାଶ କ୍ଷେତ୍ରରେ ଓଡ଼ିଶାକୁ ମିଳୁଥିବା ବଳରେ ଆତ୍ମନିର୍ଭର ଭାରତ ନିର୍ମାଣରେ ଅଧିକ ଯୋଗଦାନ ରହିବ।

- Advertisement -

ଶ୍ରୀ ପ୍ରଧାନ କହିଛନ୍ତି ଆତ୍ମନିର୍ଭର ଭାରତ ପାଇଁ ଭିତ୍ତିଭୂମିର ବିକାଶ ଏବଂ ଉତ୍ତମ ସଂଯୋଗ ସ୍ଥାପନା କରିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିଶେଷ ଦୂରଦୃଷ୍ଟି ରହିଛି। ଜାତୀୟ ଭିତ୍ତିଭୂମି ପାଇପଲାଇନ କେବଳ ଭିତ୍ତିଭୂମି ତିଆରି କରିବାରେ ବୈପ୍ଲବିକ ପରିବର୍ତ୍ତନ କରିବ ନାହିଁ ବରଂ କୋଭିଡ-୧୯ ପ୍ରଭାବରେ ହୋଇଥିବା ଅର୍ଥନୈତିକ ମାନ୍ଦାବସ୍ଥାକୁ ମଧ୍ୟ ଦୂର କରିବ। ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ ଭିତ୍ତିଭୂମି ଏବଂ ଉତ୍ତମ ସଂଯୋଗ ସ୍ଥାପନା ଦିଗରେ ଓଡ଼ିଶା ଅଧିକ ଲାଭବାନ ହୋଇପାରିଛି। ସୁଦୀର୍ଘ ବେଳାଭୂମି, ଭାରତର ବୃହତ୍ତମ ବିପଣନ ବନ୍ଦର ଏବଂ ପାରାଦୀପ ସ୍ଥିତ ପେଟ୍ରୋଲିୟମ କମ୍ପଲେକ୍ସ ସହ ଓଡ଼ିଶା ନିଜର ଭୌଗଳିକ ସ୍ଥିତି କାରଣରୁ ଭିତ୍ତିଭୂମିକୁ ଅଧିକ ମଜବୁତ୍‍ କରିବାର ସାମର୍ଥ୍ୟ ରଖିଛି ବୋଲି ସେ କହିଛନ୍ତି।

Hot this week

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

Related Articles

Popular Categories