ଓଡିଶା ପୁଲିସର ମୂଳ ମନ୍ତ୍ର ହେଉଛି, ‘ସେବା ଓ ସୁରକ୍ଷା’-ମୁଖ୍ୟମନ୍ତ୍ରୀ

ହାବିଲଦାର, କନଷ୍ଟେବଳ ଓ ସିପାହୀ ମହାସଂଘର ୪୫ ତମ ବାର୍ଷିକ ଉତ୍ସବ 

ଭୁବନେଶ୍ୱର: ହାବିଲଦାର, କନଷ୍ଟେବଳ ଓ ସିପାହୀମାନେ ଏଣିକି ପୂର୍ବ ରୁମିଳୁଥିବା ଏକ ମାସ ର ଅଧିକ ଦରମା ନୂତନ ବେତନ ହାରରେ ପାଇବେ  ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି।   ଏହା ସହ ହାବିଲଦାର ଓ କନଷ୍ଟେବଳମାନେ ପୂର୍ଵରୁ ସାଇକେଲ ଭତ୍ତା ବାବଦରେ ମାତ୍ର 3 ଶହ ଟଙ୍କା ପାଉଥିଲେ ଏବେ ମୋଟର ସାଇକେଲ ଭତ୍ତା ବାବଦରେ ଏକ ହଜାର ଟଙ୍କା  ପାଇବେ ବୋଲି ମୁଖ୍ୟମନ୍ତ୍ରୀ କଟକରେ ଆୟୋଜିତ ଓଡିଶା ପୁଲିସ,  ଓଏସ ଏପି ହାବିଲଦାର, କନଷ୍ଟେବଳ ଓ ସିପାହୀ ମହାସଂଘର ବାର୍ଷିକ ଉତ୍ସବ ଅବସରରେ ଘୋଷଣା କରିଛନ୍ତି। ଓଡିଶା ପୁଲିସର ମୂଳ ମନ୍ତ୍ର ହେଉଛି, ‘ସେବା ଓ ସୁରକ୍ଷା’। ପ୍ରତ୍ୟେକ କାର୍ଯ୍ୟରେ ଦାୟିତ୍ୱବୋଧ ଓ ସମ୍ବେଦନଶୀଳ ହୋଇ କାର୍ଯ୍ୟ କରିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ  ସଂଘର କର୍ମକର୍ତ୍ତା ଏବଂ ଅନ୍ୟ ସଦସ୍ୟ ମାନଙ୍କୁ ପରାମର୍ଶ ଦେଇଛନ୍ତି।  ରାଜ୍ୟରେ ଅତିରିକ୍ତ CAPF ପ୍ରତିଷ୍ଠା ପାଇଁ ୨୯୯ କୋଟି ଟଙ୍କା ଏବଂ ପୋଲିସର ତ୍ଵରିତ ଗମନାଗମନ ପାଇଁ ୧୬ କୋଟି ଟଙ୍କା ପ୍ରବଧାନ କରାଯାଇଛି, ଯେଉଁଥିରେ ୬୪୯ ଗୋଟି ଉତ୍କୃଷ୍ଟ ଯାନ ପୋଲିସକୁ ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଏହା ସହ ପୂର୍ବରୁ ପୋଷାକ, ଜୋତା ଇତ୍ୟାଦି ବାବଦ ରେ ପାଉଥିବା 5 ହଜାର ଟଙ୍କା ବଦଳରେ ଏଣିକି 10 ହଜାର ଟଙ୍କା ମିଳିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଚତୁର୍ଥ ଶ୍ରେଣୀ କର୍ମଚାରୀ ନିଯୁକ୍ତି ସମ୍ପର୍କରେ ଆବଶ୍ୟକ ପଦକ୍ଷେପ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିବା ସହ ଭୁବନେଶ୍ୱର ଠାରେ ମହାସଂଘର ନୂତନ ଗୃହ ନିର୍ମାଣ ପାଇଁ ଆବଶ୍ୟକ ଅର୍ଥ ଯୋଗାଇ ଦିଆଯିବ ବୋଲି ସେ କହିଛନ୍ତି।
କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ବିଧାୟକ ପ୍ରକାଶ ସେଠୀ ଯୋଗ ଦେଇ ପୁଲିସର ଉତ୍ସର୍ଗୀକୃତ ମନୋଭାବ, ଲୋକଙ୍କ ପ୍ରତି ନିଷ୍ଠା ଓ କର୍ତ୍ତବ୍ୟ ପରାୟଣତାକୁ ସାଲୁଟ କରୁଛି ବୋଲି ମତବ୍ୟକ୍ତ କରିଥିଲେ।  କନଷ୍ଟେବଳ ଏବଂ ସିପାହୀ  ମାନଙ୍କ ସହଯୋଗ ବିନା ପୁଲିସ କେବେ ସଶକ୍ତ କିମ୍ବା ସମୃଦ୍ଧ ହୋଇ ପାରିବ ନାହିଁ ବୋଲି ଡିଜିପି ଯୋଗେଶ ବାହାଦୁର ଖୁରାନିଆ  କହିଥିଲେ। ପ୍ରତିକୂଳ ପରିସ୍ଥିତିରେ ଥାଇ ମଧ୍ୟ ଜନସାଧାରଣଙ୍କୁ ସୁରକ୍ଷା ଦେବା ସହ ଗୁଣାତ୍ମକ ପୁଲିସ ସେବା ଯୋଗାଇ ଦେବା ଆମର ପ୍ରାଥମିକ କର୍ତବ୍ୟ ହେବା ଉଚିତ ବୋଲି ଡିଜିପି ଶ୍ରୀ ଖୁରାନିଆ ମତବ୍ୟକ୍ତ କରିଥିଲେ। “ସେବା ଓ ସୁରକ୍ଷା” ସ୍ଲୋଗାନ କୁ ପାଥେୟ କରି ସମସ୍ତେ  ମିଳିମିଶି , ଓଡିଶା  ପୁଲିସକୁ ସଶକ୍ତ, ସମୃଦ୍ଧ ଏବଂ ଜନସାଧାରଣଙ୍କ  ପ୍ରତି ଉତ୍ସର୍ଗୀକୃତ ହେବା ନିମନ୍ତେ ଡିଜିପି ଶ୍ରୀ ଖୁରାନିଆ ଆହ୍ଵାନ ଦେଇଥିଲେ।
ଏହି ବାର୍ଷିକ ଉତ୍ସବରେ ଓଡ଼ିଶା ପୋଲିସ ହାବିଲଦାର, କନେଷ୍ଟବଳ ଏବଂ ସିପାହୀ ମହାସଂଘ ର ସଭାପତି,  ଅନିଲ କୁମାର ଷଣ୍ଢ, ଉପସଭାପତି,  ସନ୍ତୋଷ କୁମାର ମହାନ୍ତି, ସାଧାରଣ ସମ୍ପାଦକ, କିଶୋର କୁମାର ମହାନ୍ତି ସମେତ ଅନ୍ଯାନ୍ଯ ସଦସ୍ୟମାନେ ଉପସ୍ଥିତ ଉପସ୍ଥିତ ଥିଲେ।

Comments are closed.