www.samajalive.in
Friday, December 5, 2025
27.1 C
Bhubaneswar

ସୁଦାନ ବିମାନ ଦୁର୍ଘଟଣାଗ୍ରସ୍ତ, ୪୬ ମୃତ

ଖାର୍ତୁମ: ସୁଦାନର ଏକ ସାମାରିକ ବିମାନ ଓମ୍‌ଦୁରମାନ ସହର ନିକଟରେ ଦୁର୍ଘଟଣାଗ୍ରସ୍ତ ହେବାରୁ ୪୬ଜଣଙ୍କ ଜୀବନ ଯାଇଥିବା ଜଣାପଡ଼ିଛି। ମୃତକଙ୍କ ମଧ୍ୟରେ ସେନା କର୍ମଚାରୀ ଓ ସାଧାରଣ ନାଗରିକ ଅଛନ୍ତି। ୟୁକ୍ରେନ୍‌ରେ ନିର୍ମିତ ଆଣ୍ଟୋନୋଭ୍‌ ନାମକ ବିମାନ ଓମ୍‌ଦୁରମାନ ସହରରେ ଥିବା ବିମାନବନ୍ଦରରୁ ଉଡାଣ ଆରମ୍ଭ କରିଥିଲା। ତେବେ କିଛିସମୟ ମଧ୍ୟରେ ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇଥିବା ସ୍ଥାନୀୟ ସେନା କାର୍ଯ୍ୟାଳୟ ତରଫରୁ ଗଣମାଧ୍ୟମକୁ ସୂଚନା ପ୍ରଦାନ କରାଯାଇଛି। ତେବେ କେଉଁ କାରଣ ପାଇଁ ବିମାନ ଦୁର୍ଘଟଣାଗ୍ରସ୍ତ ହେଲା ସେ ସମ୍ପର୍କରେ କୌଣସି ତଥ୍ୟ ପ୍ରଦାନ କରାଯାଇ ନାହିଁ। ଦୁର୍ଘଟଣାରେ ୫ଜଣ ସାଧାରଣ ନାଗରିକ ଆହତ ହୋଇଥିବା ବେଳେ ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ୨୦୨୩ ଏପ୍ରିଲ୍‌ରୁ ସୁଦାନରେ ସେନା ଓ ଅର୍ଦ୍ଧସାମରିକ ବାହିନୀ ମଧ୍ୟରେ ଲଢ଼େଇ ଜାରି ରହିଛି। ଏଥିରେ ବ୍ୟାପକ କ୍ଷୟକ୍ଷତି ହୋଇଥିବା ବେଳେ ସାଧାରଣ ନାଗରିକଙ୍କ ଉପରେ ଅତ୍ୟାଚାର ହେଉଥିବା ଅଭିଯୋଗ ହୋଇଛି। ରାଜଧାନୀ ଖାର୍ତୁମରେ ଦୁଇ ପକ୍ଷଙ୍କ ମଧ୍ୟରେ କିଛିଦିନ ହେବ ଲଢ଼େଇ ଜାରି ରହିଛି। କିଛିଦିନ ତଳେ ସେନାର ଏକ ବିମାନକୁ ଖସାଇ ଦେଇଥିବା ଅର୍ଦ୍ଧସାମରିକ ବାହିନୀ ତରଫରୁ ଦାବି କରାଯାଇଥିଲା। ଦୁଇ ପକ୍ଷ ମଧ୍ୟରେ ହୋଇଥିବା ଲଢ଼େଇ ଯୋଗୁଁ ବର୍ତ୍ତମାନ ସୁଦ୍ଧା ୨୪ ହଜାରରୁ ଅଧିକ ବ୍ୟକ୍ତିଙ୍କ ପ୍ରାଣହାନି ଘଟିଥିବା ବେଳେ ୧୪ ନିୟୁତ ବ୍ୟକ୍ତି ବାସଚ୍ୟୁତ ହୋଇଛନ୍ତି।

Hot this week

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

Related Articles

Popular Categories