www.samajalive.in
Monday, December 8, 2025
13.1 C
Bhubaneswar

ଭୁବନେଶ୍ଵରରେ ୪୭ ହଜାର ୧୨୬ ବୁଲା କୁକୁର

ସମାଜ ଡିଜିଟାଲ ଡେସ୍କ: ରାଜ୍ୟରେ ପ୍ରଥମ ଥର ପାଇଁ ବିଏମସି ପକ୍ଷରୁ କରାଯାଇଛି ବୁଲା କୁକୁର ଗଣନା। ସେପ୍ଟେମ୍ବର ୧୮ରୁ ୨୫ ତାରିଖ ମଧ୍ୟରେ ଦୁଇଟି ପର୍ଯ୍ୟାୟରେ ଭୁବନେଶ୍ୱର ମହାନଗର ନିଗମ(ବିଏମସି) ଅଂଚଳରେ ବୁଲା କୁକୁର ଗଣନା କାର୍ଯ୍ୟ ଅନୁଷ୍ଠିତ ହୋଇଥିଲା। ବିଏମସି ଅଞ୍ଚଳରେ ମୋଟ ୪୭ ହଜାର ୧୨୬ ବୁଲା କୁକୁର ରହିଥିବା ଗଣନାରୁ ଜଣାଯାଇଛି।

ବିଏମସି ଅଂଚଳରେ ଥିବା ୬୭ଟି ଓ୍ୱାର୍ଡର ସମସ୍ତ ଗଳିକନ୍ଦିରେ ଏହି କୁକୁର ଗଣନା କାର୍ଯ୍ୟ ଭୋର ୫ଟାରୁ ସକାଳ ୭ଟା ମଧ୍ୟରେ କରାଯାଇଥିଲା। ଏଥିପାଇଁ ବରିଷ୍ଠ ପ୍ରାଣୀ ଚିକିତ୍ସକଙ୍କ ତତ୍ତ୍ଵାବଧାନରେ ସ୍ୱଚ୍ଛସାଥୀ, ସ୍ୱଚ୍ଛ ସୁପରଭାଇଜର, ସାନିଟାରୀ ଇନ୍ସପେକ୍ଟର, କମ୍ୟୁନିଟ୍ ଅର୍ଗାନାଇଜର, ଡିଇଓ, ଏସ୍ଏମଟିଏଙ୍କୁ ନେଇ ୪୧୦ଟି ଟିମ୍ ଗଠନ କରାଯାଇଥିଲା । ପ୍ରତି ଟିମରେ ଦୁଇ ଜଣ ଲେଖାଏଁ କର୍ମୀ ରହିଥିଲେ । ବୁଲା କୁକୁର ଗଣନା ପୂର୍ବରୁ ସେମାନଙ୍କୁ ଜୋନ୍ ସ୍ତରରେ ତାଲିମ ମଧ୍ୟ ଦିଆଯାଇଥିଲା।

- Advertisement -

ଭୁବନେଶ୍ୱର ମହାଗନର ନିଗମ ଅଂଚଳରେ ମୋଟ ୪୭ ହଜାର ୧୨୬ଟି ବୁଲା କୁକୁର ରହିଛନ୍ତି । ସେମାନଙ୍କ ମଧ୍ୟରୁ ୨୩ ହଜାର ୪୭ଟି ଅଣ୍ଡିରା କୁକୁର ରହିଥିବା ବେଳେ ୧୫ ହାଜର ୫୫୨ଟି ମାଈ କୁକୁର ଏବଂ ୧ ହଜାର ୧୨୪ଟି ଛୁଆ ରହିଛନ୍ତି । ସେମାନଙ୍କ ମଧ୍ୟରୁ ୪ ହାଜର ୬୮ଟି ଅଣ୍ଡିରା କୁକୁରଙ୍କୁ ବନ୍ଧ୍ୟାକରଣ କରାଯାଇଥିବା ବେଳେ ୩ ହଜାର 3୩୫ଟି ମାଈ କୁକୁରଙ୍କୁ ବନ୍ଧ୍ୟାକରଣ କରାଯାଇଛି ।

ସଂପ୍ରତି ଭୁବନେଶ୍ୱରର ସ୍ଥାୟୀ ଜନ ସଂଖ୍ୟା ପ୍ରାୟ ୧୩ ଲକ୍ଷ ରହିଛି । ଜନ ସଂଖ୍ୟା ତୁଳନାରେ  ବୁଲା କୁକୁରଙ୍କ ସଂଖ୍ୟା ୩.୬୨ ପ୍ରତିଶତ ରହିଛି।  ଅର୍ଥାତ୍ ପ୍ରତି ଓ୍ୱାର୍ଡରେ ବୁଲା କୁକୁର ସଂଖ୍ୟା ହାରାହାରି ୭୦୩ ରହିଛି । ସର୍ବାଧିକ ବୁଲା କୁକୁର ଥିବା ୧୦ଗୋଟି ଓ୍ୱାର୍ଡ ହେଲା ୨୩, ୭, ୪୯, ୬୫, ୪, ୯, ୫, ୫୬, ୪୩, ଓ ୬ ।  ୨୩ ନମ୍ବର ଓ୍ୱାର୍ଡରେ ୧୭୦୩ କୁକୁର ଥିବା ବେଳେ ୬ ନମ୍ବର ଓ୍ୱାର୍ଡରେ ୧୦୬୨ ବୁଲା କୁକୁର ରହିଛନ୍ତି ।

ଭାରତ ସରକାରଙ୍କ ପଶୁ ସଂପଦ ଓ ଡାଏରୀ ବିଭାଗ ଦ୍ୱାରା ଅନୁଷ୍ଠିତ ୨୦ ତମ ଜାତୀୟ ଓ ରାଜ୍ୟ ପଶୁ ଗଣନା ଅନୁଯାୟୀ ଭୁବନେଶ୍ୱର ମହାନଗର ନିଗମ ଅଂଚଳରେ ଜାତୀୟ ହାରଠାରୁ ବୁଲା କୁକୁର ସଂଖ୍ୟା ବହୁ ଗୁଣରେ ଅଧିକ ରହିଛି । ଜାତୀୟ ହାର ପ୍ରତି ୧ ହଜାରେ ଜନ ସଂଖ୍ୟାରେ ୧୧ ଥିବା ବେଳେ ଭୁବନେଶ୍ୱରରେ ପ୍ରତି ହଜାର ଜନ ସଂଖ୍ୟାରେ ହାରାହାରି ୩୬ଟି ବୁଲା କୁକୁର ରହିଛନ୍ତି  । ତେବେ ରାଜ୍ୟରେ ପ୍ରତି ହଜାରେ ଜନ ସଂଖ୍ୟାରେ ବୁଲା କୁକୁରଙ୍କ ହାରାହାରି ସଂଖ୍ୟା ୩୯ ରହିଛି।

Hot this week

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

Related Articles

Popular Categories