www.samajalive.in
Sunday, December 7, 2025
14.1 C
Bhubaneswar

କୋଭିଡ୍‌ ମୁକାବିଲା ପାଇଁ ବିଭିନ୍ନ ଡାକ୍ତରଖାନାରେ ୪୭୭ ପିଜି ଡାକ୍ତରଙ୍କୁ ମିଳିଲା ନିଯୁକ୍ତି

ଭୁବନେଶ୍ଵର : ରାଜ୍ୟରେ କରୋନା ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ରାଜ୍ୟରେ କରୋନା ମୃତକଙ୍କ ସଂଖ୍ୟା ୨ ଶହ ଟପି ସାରିଥିବା ବେଳେ ଆକ୍ରାନ୍ତଙ୍କ ସଂଖ୍ୟା ୪୦ ହଜାର ନିକଟତର ହୋଇଛି । ଏହାରି ମଧ୍ୟରେ କୋଭିଡ଼ ମୁକାବିଲା କରିବା ପାଇଁ ସରକାରଙ୍କ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି । ବିଭିନ୍ନ ଡାକ୍ତରଖାନାରେ ୪୭୭ ପିଜି ଡାକ୍ତରଙ୍କୁ ନିଯୁକ୍ତି ଦିଆଯାଇଛି । ନିଯୁକ୍ତି ଦିଆଯାଇଥିବା ଡାକ୍ତରମାନେ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ ଅଧୀନରେ ୩ମାସ କାମ କରିବେ । ଉଲ୍ଲେଖଯୋଗ୍ୟ ନିଯୁକ୍ତି ପାଇଥିବା ୪୭୭ ଜଣ ରାଜ୍ୟର ବିଭିନ୍ନ ମେଡ଼ିକାଲ କଲେଜରେ ପିଜି ଡାକ୍ତର ପଢ଼ୁଛନ୍ତି ।

Hot this week

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

Related Articles

Popular Categories