www.samajalive.in
Monday, December 15, 2025
26.1 C
Bhubaneswar

ରାଜ୍ୟରେ ୨୪ ଘଣ୍ଟାରେ ୪୮ କରୋନା ସଂକ୍ରମିତଙ୍କ ମୃତ୍ୟୁ; ଦିନକରେ ସର୍ବାଧିକ

ଭୁବନେଶ୍ୱର: ଓଡ଼ିଶାରେ ଗୋଟିଏ ଦିନରେ ୪୮ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି । ଏଥିସହିତ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁସଂଖ୍ୟା ୪୦୧୮କୁ ବୃଦ୍ଧିପାଇଛି । କରୋନା ମୃତ୍ୟୁରେ ଗତକାଲି ରାଜ୍ୟରେ ରେକର୍ଡ ସୃଷ୍ଟି ହୋଇଛି । ଏପର୍ଯ୍ୟନ୍ତ ଗୋଟିଏ ଦିନରେ ଏହା ସର୍ବାଧିକ ମୃତ୍ୟୁସଂଖ୍ୟା ହୋଇଥିବାବେଳେ ମୋଟ ମୃତ୍ୟୁସଂଖ୍ୟା ଏହିଦିନ ୪ହଜାରକୁ ଅତିକ୍ରମ କରିଛି ।
୨୪ ଘଣ୍ଟା ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୭ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏଥିସହିତ କଟକରୁ ୫ ଓ ନୟାଗଡରୁ ୫ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଗଞ୍ଜାମ ଓ ସୁନ୍ଦରଗଡରୁ ୪ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କର ଜୀବନ ଯାଇଛି । ସେହଭଳି ବରଗଡ, ବଉଦ ଏବଂ ଢେଙ୍କାନାଳ ଜିଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି ।

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories