www.samajalive.in
Saturday, December 6, 2025
23.1 C
Bhubaneswar

ରାଜ୍ୟରେ ୪୮ ନୂଆ କରୋନା ସଂକ୍ରମିତ ଚିହ୍ନଟ, ଆକ୍ରାନ୍ତ ସଂଖ୍ୟା ୬୭୨

ଭୁବନେଶ୍ଵର: ରାଜ୍ୟରେ ଶୁକ୍ରବାର ଆଉ ୪୮ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏ ନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା  ୬୭୨କୁ ବୃଦ୍ଧି ପାଇଛି। ବର୍ତ୍ତମାନ ସୁଦ୍ଧା ୧୫୮ ଜଣ ସୁସ୍ଥ ହୋଇଥିବାବେଳେ ୫୧୧ ଜଣ ସକ୍ରିୟ ସଂକ୍ରମିତ ରହିଛନ୍ତି ଏବଂ ୩ ଜଣଙ୍କ ମୃତ୍ୟୁ ଘଟିଛି।

ଶୁକ୍ରବାର ଚିହ୍ନଟ ହୋଇଥିବା ୪୮ ଆକ୍ରାନ୍ତଙ୍କ ମଧ୍ୟରେ ବାଲେଶ୍ଵରର ୧୨, ଗଞ୍ଜାମର ୧୨, ପୁରୀର ୧୦, ଭଦ୍ରକର ୬, ନୟାଗଡ଼ର ୩, ଯାଜପୁରର ୨ ଏବଂ କଟକ, ସୁନ୍ଦରଗଡ଼ ଓ ଦେବଗଡ଼ରୁ ଜଣେ ଲେଖାଏ  ସଂକ୍ରମିତ ରହିଛନ୍ତି। ଏହି ସଂଖ୍ୟାକୁ ମିଶାଇଲେ ଗଞ୍ଜାମରେ ମୋଟ ସଂକ୍ରମିତ ସଂଖ୍ୟା ୨୬୪ରେ ପହଞ୍ଚିଥିବାବେଳେ ବାଲେଶ୍ଵରରେ ୧୦୨, ପୁରୀରେ ୧୪, ଭଦ୍ରକରେ ୪୬କୁ ବୃଦ୍ଧି ପାଇଛି।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories