www.samajalive.in
Tuesday, December 9, 2025
26.1 C
Bhubaneswar

କାଶ୍ମୀରର ୪୮ ପର୍ଯ୍ୟଟନସ୍ଥଳୀକୁ ବନ୍ଦ କଲେ ସରକାର

ସମାଜ ଡିଜିଟାଲ ଡେସ୍କ: ପହଲଗାଓଁ ଆକ୍ରମଣ ପରେ ଜାମ୍ମୁ-କାଶ୍ମୀରର ପର୍ଯ୍ୟଟନ ଶିଳ୍ପ ବେଶ୍‌ ପ୍ରଭାବିତ ହୋଇଛି। ଅଧିକାଂଶ ପର୍ଯ୍ୟଟନସ୍ଥଳୀ ଖାଁ ଖାଁ ହୋଇପଡ଼ିଛି। ଅନ୍ୟପଟେ ସୁରକ୍ଷା ଦୃଷ୍ଟିରୁ ସରକାର କାଶ୍ମୀରର ୮୭ ପର୍ଯ୍ୟଟନସ୍ଥଳ ମଧ୍ୟରୁ ୪୮ଟିକୁ ସାମୟିକ ଭାବେ ବନ୍ଦ କରିଦେଇଛନ୍ତି। ଅନ୍ୟ ସ୍ଥାନଗୁଡ଼ିକରେ ସୁରକ୍ଷା ବ୍ୟବସ୍ଥାକୁ ବୃଦ୍ଧି କରାଯାଇଛି। ସରକାର ବନ୍ଦ କରିଥିବା ପର୍ଯ୍ୟଟନସ୍ଥଳଗୁଡ଼ିକ ମଧ୍ୟରେ ୟୁସମାର୍ଗ, ଟଉସ ମଇଦାନ, ଦୁଦ୍ଧପଥରୀ, ଆହାରବଲ, କୌସରନାଗ, ବାଙ୍ଗୁସ, କାରିଓ୍ବାନ, ବାଙ୍ଗୁସ ଭ୍ୟାଲି, ଓ୍ବତଲାବ, ରାମପୋରା, ରାଜପୁରା, ଚିରହାର ଆଦି ପ୍ରମୁଖ ରହିଛି।

ପର୍ଯ୍ୟଟନ ଦୃଷ୍ଟିରୁ ଜାମ୍ମୁ-କାଶ୍ମୀରର ବେଶ୍‌ ଗୁରୁତ୍ଵ ରହିଛି। ପ୍ରତିବର୍ଷ ଲକ୍ଷ ଲକ୍ଷ ପର୍ଯ୍ୟଟକ ଏଠାକୁ ବୁଲିବାକୁ ଆସନ୍ତି। ମାତ୍ର ପହଲଗାଓଁର ବୈସରନ ଘାଟିରେ ଗତ ୨୨ ତାରିଖରେ ପର୍ଯ୍ୟଟକମାନେ ଛୁଟି କାଟୁଥିବା ସମୟରେ ଆତଙ୍କବାଦୀମାନେ ଆକ୍ରମଣ କରିଥିଲେ। ୨୬ ପର୍ଯ୍ୟଟକଙ୍କୁ ସେମାନେ ଗୁଳି କରି ହତ୍ୟା କରିଥିଲେ। ଏହା ପରେ ପର୍ଯ୍ୟଟକମାନେ ଏଠାରୁ ଚାଲିଯାଇଛନ୍ତି।

Hot this week

ଅପରାହ୍ନ ୩ଟା ମୁଖ୍ୟ ଖବର

() ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟି-୨୦ ମ୍ୟାଚ୍ କୁ ନେଇ...

କେଉଁ ଡାଲି ଶରୀର ପାଇଁ ଜରୁରୀ: ରକ୍ତଚାପ, କୋଲେଷ୍ଟ୍ରଲ ଏବଂ ଓଜନ ମଧ୍ୟ ହ୍ରାସ ପାଇଥାଏ

ସମାଜ ଡିଜିଟାଲ ଡେସ୍କ: ଡାଲି ପୁଷ୍ଟିସାରରେ ଭରପୂର ରହିଥାଏ। ଏଥିରେ ପ୍ରଚୁର...

ସରିଲା ଶୀତକାଳୀନ ଅଧିବେଶନ

ଭୁବନେଶ୍ଵର: ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ। ନିର୍ଦ୍ଧାରିତ ସମୟ ପୂର୍ବରୁ ଅଧିବେଶନ...

ବିଦ୍ୟୁତ୍ ତାର ଲାଗି ତାଲିମ ବିମାନ ଦୁର୍ଘଟଣା

ସମାଜ ଲାଇଭ ଡ଼େସ୍କ : ମଧ୍ୟପ୍ରଦେଶର ସିଓନିରେ ଏକ ତାଲିମ ବିମାନ...

ଅଜବ ନିଶା: କାରରେ ଭିଆଇପି ନମ୍ବର ପାଇଁ ୨୭ଲକ୍ଷ ଟଙ୍କାର ନିଲାମ, ଭାଙ୍ଗିଲା ସବୁ ରେକର୍ଡ

ସମାଜ ଡିଜିଟାଲ ଡେସ୍କ: ଉତ୍ତର ପ୍ରଦେଶର ନୋଏଡାରେ ଏକ ଅଜବ ଘଟଣା...

Related Articles

Popular Categories