www.samajalive.in
Saturday, December 6, 2025
26.1 C
Bhubaneswar

ରାଜ୍ୟରୁ ଆଉ ୪୯୫ ନୂଆ ପଜିଟିଭ୍ ଚିହ୍ନଟ, ୮୧୦୬ରେ ପହଞ୍ଚିଲା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର : ରାଜ୍ୟରୁ ଶନିବାର ଆଉ ୪୯୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୧୦୬ରେ ପହଞ୍ଚିଛି। ଆଜି ଚିହ୍ନଟ ହୋଇଥିବା ୪୯୫ ଆକ୍ରାନ୍ତଙ୍କ ମଧ୍ୟରୁ ୩୫୫ ଜଣ କ୍ବାରେଣ୍ଟାଇନ ସେଣ୍ଟରରୁ ଏବଂ ୧୪୦ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି।


ଶନିବାର  ଚିହ୍ନଟ ହୋଇଥିବା ୪୯୫ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲାରୁ ସର୍ବାଧିକ ୨୧୬ ଜଣ, ଅନୁଗୋଳରୁ ୨୪, ବାଲେଶ୍ବରରୁ ୧୩ , ଭଦ୍ରକରୁ ୧୨ , କଟକରୁ ୧୩ , ଢେଙ୍କାନାଳରୁ ଜଣେ, ଗଜପତିରୁ ୭ , ଜଗତସିଂହପୁରରୁ ୧୨ , ଯାଜପୁରରୁ ଜଣେ, ଝାରସୁଗୁଡାରୁ ୮ , କନ୍ଧମାଳରୁ ୮ , କେନ୍ଦ୍ରାପଡାରୁ ୧୧ , କେନ୍ଦୁଝରରୁ ୫ , ଖୋର୍ଦ୍ଧାରୁ ୫୦ , କୋରାପୁଟରୁ ୫ , ମାଲକାନଗିରିରୁ ୫ , ମୟୁରଭଞ୍ଜରୁ  ୨୮, ନବରଙ୍ଗପୁରରୁ ୧୧, ନୟାଗଡରୁ ଜଣେ, ପୁରୀରୁ ୧୮ , ସମ୍ବଲପୁରରୁ ୬ , ସୋନପୁରରୁ ୨  ଏବଂ ସୁନ୍ଦରଗଡରୁ ୩୬ ରହିଛନ୍ତି ।

- Advertisement -


ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨ ଲକ୍ଷ ୮୭ ହଜାର ୯୦ ଟି ନମୂନା ପରୀକ୍ଷଣ କରାଯାଇଛି। ସେଥି ମଧ୍ୟରୁ ୮୧୦୬ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୫୭୦୫ ଜଣ ସୁସ୍ଥ ହୋଇଥିବା ​‌ବେଳେ ୩୪ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି ଏବଂ ୯ ଜଣ ଆକ୍ରାନ୍ତଙ୍କ ଅନ୍ୟ ରୋଗ କାରଣରୁ ମୃତ୍ୟୁ ହୋଇଛି। ସେହିପରି ବର୍ତ୍ତମାନ ସୁଦ୍ଧା ରାଜ୍ୟର ୨୮୫୩ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

Hot this week

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

Related Articles

Popular Categories