www.samajalive.in
Sunday, December 14, 2025
19.1 C
Bhubaneswar

୫ଟି ଜିଲାରେ ସତର୍କ ସୂଚନା, ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ପଶ୍ଚିମବଙ୍ଗ-ଓଡିଶା ଉପକୂଳରେ ଉତ୍ତର ପଶ୍ଚିମ ବଙ୍ଗୋପସାଗର ପୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ମାଲକାନଗିରି, କୋରାପୁଟ, କଳାହାଣ୍ଡି, କନ୍ଧମାଳ, ରାୟଗଡା, ଗଞ୍ଜାମ, ଜଗପତି, ପୁରୀ, ନୂଆପଡା, ନବରଙ୍ଗପୁର, ସମ୍ବଲପୁର, ବାଲେଶ୍ବର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ହେବାର ସମ୍ଭାବନା ରହିଛି । ମାଲକାନଗିରି, କୋରାପୁଟ, ରାୟଗଡା, ଗଞ୍ଜାମ ଓ ଗଜପତି ଜିଲା ଗୁଡିକରେ ପାଣିପାଗ କେନ୍ଦ୍ର ପକ୍ଷରୁ ସର୍ତକ ସୂଚନା ଜାରି କରାଯାଇଛି । ଏହି ୫ଟି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବା ପାଇଁ ବାରଣ କରାଯାଇଛି ।

ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟା ମଧ୍ୟରେ ବରଗଡ ଜିଲାର ବଟଲି, ସୋନପୁର ଜିଲାର ବିନିକା, ସମ୍ବଲପୁର ଜିଲାର ବୁର୍ଲାରେ ୧୦ ସେମି ଓ ବରଗଡ ଜିଲା ବରପାଲି, କୋରାପୁଟ ଜିଲା ସିମିଲିଗୁଡାରେ ୯ ସେମି ବର୍ଷା ରେକର୍ଡ କରାଯାଇଛି ।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories