www.samajalive.in
Wednesday, December 10, 2025
18.1 C
Bhubaneswar

୫ ଆଇଏଏସ ଅଧିକାରୀଙ୍କୁ ଅତିରିକ୍ତ ଦାୟିତ୍ବ ଦେଲେ ସରକାର

ଭୁବନେଶ୍ୱର: ରାଜ୍ୟ ସରକାର ଗୁରୁବାର ଆଇଏଏସ୍ କ୍ୟାଡରରେ ଏକ ଛୋଟ ପ୍ରଶାସନିକ ଅଦଳବଦଳ କରିଛନ୍ତି। ଏହି ପରିପ୍ରେକ୍ଷୀରେ ପାଞ୍ଚ ଜଣ ଅଧିକାରୀଙ୍କୁ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି।

ଶିଳ୍ପ ନିର୍ଦ୍ଦେଶକ ଆବୋଲି ସୁନୀଲ ନରଭାଣେ ଓଡ଼ିଶା କ୍ଷୁଦ୍ର ଶିଳ୍ପ ନିଗମର ପରିଚାଳନା ନିର୍ଦ୍ଦେଶକ ଏବଂ କଟକର ଓଡ଼ିଶା ରାଜ୍ୟ ଆର୍ଥିକ ନିଗମର ପରିଚାଳନା ନିର୍ଦ୍ଦେଶକ ଭାବରେ ମଧ୍ୟ କାର୍ଯ୍ୟ କରିବେ।

- Advertisement -

ସେହିପରି ରାଉକେଲା ଏଡିଏମ୍ ଧୀନାଦସ୍ତାଗୀରଙ୍କୁ ରାଉରକେଲା ମହାନଗର ନିଗମର କମିଶନର, ରାଉରକେଲା ସ୍ମାର୍ଟ ସିଟି ଲିମିଟେଡର ସିଇଓ ଏବଂ ରାଉରକେଲା ବିକାଶ ପ୍ରାଧିକରଣର ସଚିବ ଭାବରେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି।

ସମ୍ବଲପୁର ମହାନଗର ନିଗମ କମିଶନର ରେହାନ ଖତ୍ରୀଙ୍କୁ ସମ୍ବଲପୁର ଉନ୍ନୟନ ପ୍ରାଧିକରଣର ଉପାଧ୍ୟକ୍ଷ ଭାବରେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି ।

କଟକ ମହାନଗର ନିଗମ କମିଶନର କିରଣଦୀପ କୌର ସହୋତା ଏବେ କଟକ ଉନ୍ନୟନ ପ୍ରାଧିକରଣର ଉପାଧ୍ୟକ୍ଷ ଭାବରେ ମଧ୍ୟ କାର୍ଯ୍ୟ କରିବେ।

ବ୍ରହ୍ମପୁର ମହାନଗର ନିଗମ କମିଶନର ପ୍ରଥମେଶ ଅରବିନ୍ଦ ରାଜେଶିର୍କେଙ୍କୁ ବ୍ରହ୍ମପୁର ବିକାଶ ପ୍ରାଧିକରଣର ଉପାଧ୍ୟକ୍ଷ ଭାବରେ ଅତିରିକ୍ତ ଦାୟିତ୍ୱରେ ରହିବେ।

Hot this week

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

Related Articles

Popular Categories