www.samajalive.in
Monday, December 15, 2025
24.1 C
Bhubaneswar

ବସ୍‌-କାର ଧକ୍କାରେ ୫ ଯାତ୍ରୀଙ୍କ ମୃତ୍ୟୁ

ସମାଜ ଡିଜିଟାଲ ଡେସ୍କ: ଉତ୍ତରପ୍ରଦେଶର ଲଖିମପୁର ଖିରୀ ଜିଲାରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୫ ଜଣଙ୍କ ମୃତ୍ୟୁ ହୋଇଛି। ଖିରୀ ଥାନା ଅନ୍ତର୍ଗତ ଓୟଲ ଛକ ନିକଟ ରାଜ୍ୟ ରାଜପଥରେ ଏକ ବସ ଏବଂ କାର  ମଧ୍ୟରେ ଧକ୍କା ହେବା ଫଳରେ ଏହି ଦୁର୍ଘଟଣା ଘଟିଛି। ଏଥିରେ କାର ଭିତରେ ଥିବା ୧୫ ଯାତ୍ରୀଙ୍କ ମଧ୍ୟରୁ ୫ ଯାତ୍ରୀଙ୍କ ମୃତ୍ୟୁ ହୋଇଛି। ଅନ୍ୟ ୧୦ ଜଣ ଗୁରୁତର ଆହତ ହୋଇଛନ୍ତି। ଓମନି କାରରେ ଏ​‌ତେ ସଂଖ୍ୟକ ଯାତ୍ରୀ ଯିବା ଫଳରେ ଭାରସାମ୍ୟ ହରାଇବା ଯୋଗୁ ଦୁର୍ଘଟଣା ଘଟିଥିବା କୁହାଯାଉଛି।

ଦୁର୍ଘଟଣା ପରେ ସ୍ଥାନୀୟ ଲୋକଙ୍କ ସହାୟତାରେ ଆହତମାନଙ୍କୁ ଡାକ୍ତରଖାନାକୁ ନିଆଯାଇଥିଲା। ଆହତମାନଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି। ଘଟଣା ସ୍ଥଳରେ ପୁଲିସ ପହଞ୍ଚ ଗାଡ଼ି ଦୁଇଟିକୁ ଜବତ କରି ତଦନ୍ତ ଚଳାଇଛି।

Hot this week

ଧର୍ମଶାଳା ଗଣ୍ଡଗୋଳ ; କାର୍ଯ୍ୟାନୁଷ୍ଠାନ ଦାବି କଲେ ନବୀନ

ସମାଜ ଲାଇଭ ଡ଼େସ୍କ : ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ...

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

ମେସିଙ୍କୁ ଜର୍ସି ଉପହାର ଦେଲେ ସଚିନ

ମୁମ୍ବଇ :କ୍ରିକେଟ୍ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ କ୍ରିକେଟ ଜଗତର ସବୁଠାରୁ ବଡ...

Related Articles

Popular Categories