ଲୋକ ସଭାରେ ଆଗତ ହୋଇଥିବା ଆୟକର ବିଲ୍ ୨୦୨୫ ପ୍ରତ୍ୟାହାର କରିନେଇଛନ୍ତି କେନ୍ଦ୍ର ସରକାର। ୧୯୬୧ ଆୟକର ଆଇନକୁ ହଟାଇ ନୂଆ ଆଇନ ଆଣିବା ଉଦ୍ଦେଶ୍ୟରେ ସରକାର ଏହାକୁ ଆଗତ କରିଥିଲେ..
ଆସନ୍ତା ୧୨ ତାରିଖରୁ ରାଜ୍ୟରେ ବଢିବ ବର୍ଷର ପରିମାଣ, ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର ଓଡ଼ିଶାରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି, ଲଘୁଚାପ କ୍ଷେତ୍ରର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପୁରୀ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ ଖୋର୍ଦ୍ଧା, ଜଗସିଂହପୁର, କଟକ ସହ ଗଞ୍ଜାମ, ଗଜପତି, ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି..
ନିଯୁକ୍ତିରେ ଜାଲିଆତି ଅଭିଯୋଗରେ ଭୁବନେଶ୍ଵର ଏମ୍ସରେ ଚଢ଼ାଉ କରିଛି କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ), ସିବିଆଇ ଟିମ ଏମ୍ସରେ ପହଞ୍ଚି ନିଯୁକ୍ତି ସମ୍ପର୍କିତ କାଗଜପତ୍ର ଯାଞ୍ଚ କରିବା ସହିତ ଭୁବନେଶ୍ଵରର ଅନ୍ୟ ୨ଟି ସ୍ଥାନରେ ଚଢ଼ାଉ କରିଛି, ଏହାବ୍ୟତୀତ ଜଗତସିଂହପୁରର ଏକ ସ୍ଥାନରେ ମଧ୍ୟ ଚଢ଼ାଉ କରାଯାଇଥିବା ସୂଚନା ମିଳିଛି..
ପ୍ରେମ କରି ନାବାଳିକାକୁ ବିବାହ ପରେ ନିର୍ଯାତନା ଦେଇଥିବାର ଅଭିଯୋଗ ହେବାପରେ ନିଲମ୍ବିତ ହୋଇଛନ୍ତି ପୁଲିସ ଏସ୍ଆଇ ଅମିତ ପାଢୀ, ବାଲେଶ୍ୱର ଜିଲା ବାଲିଆପାଳ ଥାନା ରତେଇ ଗାଁର ଅମିତ ପାଢୀଙ୍କ ନାଁରେ ଆସିଛି ଏଭଳି ସଙ୍ଗୀନ ଅଭିଯୋଗ ହୋଇଛି..
ଭରତପୁର ଥାନା ପଣ୍ଡାକୁଦିଆ ଅଞ୍ଚଳରୁ ସନ୍ଦେହଜନକ ଅବସ୍ଥାରେ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ ଯୁବକଙ୍କ ଘର ସୁଜପପୁର ଅଞ୍ଚଳର, ଗତକାଲି ସେ ଶ୍ୱଶୁର ଘରକୁ ଆସିଥିଲେ..



