www.samajalive.in
Sunday, December 14, 2025
26.1 C
Bhubaneswar

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ସମୀକ୍ଷା କଲେ ଫାଇଭ୍-ଟି ଅଧ୍ୟକ୍ଷ

ଡେସ୍କ : ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ୫ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ  ଭି କେ ପାଣ୍ଡିଆନ ଶନିବାର ସକାଳୁ ପୁରୀ ଶ୍ରୀ ମନ୍ଦିର ପରିଦର୍ଶନ କରି ପରିକ୍ରମା ପ୍ରକଳ୍ପ ସମୀକ୍ଷା କରିବା ସହିତ ଭକ୍ତ ମାନଙ୍କ ସୁବ୍ୟବସ୍ଥିତ ଓ ଶୃଙ୍ଖଳିତ ଦର୍ଶନ, ଭିଡ଼ ନିୟନ୍ତ୍ରଣ ଦିଗରେ ପଦକ୍ଷେପ ନେବା ସହିତ ମଠ ଗୁଡିକର ପୁନରୁଦ୍ଧାର, ଲ୍ୟାଣ୍ଡସ୍କେପିଂ କାମ ତ୍ୱରାନ୍ୱିତ କରିବା ପାଇଁ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ସେ ସମଗ୍ର ପରିକ୍ରମା ପ୍ରକଳ୍ପ ଅଂଚଳ ବୁଲି ଦେଖିବା ସହ ଭକ୍ତ ମାନଙ୍କ ସହ ମଧ୍ୟ ଆଲୋଚନା କରିଥିଲେ ।
ଏହି ସମୀକ୍ଷା ଅବସରରେ ଶ୍ରୀ ପାଣ୍ଡିଆନ୍ ଦୋଳବେଦୀ ଅଂଚଳର ତ୍ୱରିତ ବିକାଶ ଏମାର ମଠ ,ପଞ୍ଜାବୀ ମଠ ଆଦିର ପୁନରୁଦ୍ଧାର ସହିତ ପରିକ୍ରମା ପ୍ରକଳ୍ପ ସମ୍ମୁଖ ଭାଗର ପେଣ୍ଟିଂ କାମ ଆଗେଇ ନେବାକୁ ପରାମର୍ଶ ଦେଇଥିଲେ। ଏହା ସହିତ ଭକ୍ତ ମାନଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ମରୀଚି କୋଟ୍‌ ଛକଠାରୁ ଧାଡ଼ି ଆରମ୍ଭ ସହିତ ସିଂହଦ୍ୱାର ଠାରୁ ମରୀଚି କୋଟ୍‌ ଛକ ପର୍ଯ୍ୟନ୍ତ ବଡ଼ଦାଣ୍ଡର ଉଭୟ ପାର୍ଶ୍ୱରୁ ଭେଣ୍ଡିଂ ଜୋନ୍ ହଟାଇ ଅନ୍ୟତ୍ର ଥଇଥାନ କରିବା ପାଇଁ ଶ୍ରୀ ପାଣ୍ଡିଆନ୍ ପରାମର୍ଶ ଦେଇଥିଲେ ।
ସେହିପରି ଶ୍ରୀମନ୍ଦିର ଉତ୍ତର ଦକ୍ଷିଣ ଓ ପଶ୍ଚିମ ପାର୍ଶ୍ୱର ଲ୍ୟାଣ୍ଡସ୍କେପିଂ କାମ ଡିସେମ୍ବର ୯ ତାରିଖ ସୁଦ୍ଧା ସାରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ । ମଠ ପୁନନିର୍ମାଣ ପାଇଁ ଅଧିକ ସଂଖ୍ୟକ ଦକ୍ଷ କାରିଗର ନିଯୁକ୍ତ କରିବାକୁ ଶ୍ରୀ ପାଣ୍ଡିଆନ୍ ପରାମର୍ଶ ଦେଇଥିଲେ ।
ଏତଦ ବ୍ୟତୀତ ମେଘନାଦ ପାଚେରୀ ନିକଟରେ ସବୁ ବିଦ୍ୟୁତ ଜନିତ କାମକୁ ଶୀଘ୍ର ସାରିବାକୁ ସେ ପରାମର୍ଶ ଦେଇଥିଲେ । ସେଠାରେ ଥିବା ବିଭିନ୍ନ ପୋଲ୍, ତାର ଓ ଅନ୍ୟାନ୍ୟ ସେବା ବ୍ୟବସ୍ଥାକୁ ଶୀଘ୍ର ସ୍ଥାନାନ୍ତର କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ମେଘନାଦ ପାଚେରୀ ନିକଟରେ ଥିବା ଐତିହ୍ୟ ସମ୍ପନ୍ନ ଛୋଟ ଛୋଟ ମନ୍ଦିର ଓ ନିର୍ମାଣକୁ ସୁରକ୍ଷିତ ରଖିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ପରିମଳ ବ୍ୟବସ୍ଥାର ଉନ୍ନତି କାମ ଠିକ୍ ସମୟରେ ସରିବା ଉପରେ ସେ ଗୁରୁତ୍ୱ ଆରୋପ କରିଥିଲେ।
ଏହି ପରିଦର୍ଶନ ସମୟରେ ପୁରୀ ଜିଲ୍ଲାପାଳ, ଆଇଜି, ଏସପି, ଓବିସିସି ଏମଡି ଏବଂ ବିଭିନ୍ନ କାର୍ଯ୍ୟକାରୀ ସଂସ୍ଥାର ଅଧିକାରୀ ମାନେ ଉପସ୍ଥିତ ଥିଲେ।

Hot this week

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

Related Articles

Popular Categories