www.samajalive.in
Monday, December 8, 2025
27.1 C
Bhubaneswar

୧୦ ବର୍ଷ ହେଲା ସରୁନି ଏନ୍ଏଚ୍-୫୫ ମରାମତି କାମ: ୫-ଟି ଅଧ୍ୟକ୍ଷ

ସମ୍ବଲପୁର: ଜିଲା ଗସ୍ତରେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍। କୁଚିଣ୍ଡାରେ ଆୟୋଜିତ ସାଧାରଣ ସଭାରେ ଯୋଗ ଦେଇ କେନ୍ଦ୍ରମନ୍ତ୍ରୀଙ୍କ ଉପରେ ବର୍ଷିଛନ୍ତି ୫-ଟି ଅଧ୍ୟକ୍ଷ। କଟକ-ସମ୍ବଲପୁର ଏନ୍ଏଚ୍-୫୫ ମୁଖ୍ୟ ରାସ୍ତା ମରାମତି କାର୍ଯ୍ୟ ୧୦ ବର୍ଷ ହେଲାଣି ଶେଷ ହେଉନାହିଁ। ଏହି ରାସ୍ତାରେ ଅନେକ ଦୁର୍ଘଟଣା ଘଟୁଛି, ରାସ୍ତା କାମ ସାରିବାକୁ ଅନୁରୋଧ କରିଛନ୍ତି ୫-ଟି ଅଧ୍ୟକ୍ଷ।
ସମ୍ବଲପୁର ମଣ୍ଡଳିଆରେ ନୂଆ-ଓ କାର୍ଯ୍ୟକ୍ରମରେ ୫-ଟି ଅଧ୍ୟକ୍ଷ ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ସଫଳତାର ଗୁରୁମନ୍ତ୍ର ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଛାତ୍ରଛାତ୍ରୀଙ୍କ ପାଇଁ କାହିଁକି ନୂଆ-ଓ କାର୍ଯ୍ୟକ୍ରମ କରିଛନ୍ତି ସେ ସମ୍ପର୍କରେ ଅବଗତ କରାଇଥିଲେ। ଛାତ୍ରଛାତ୍ରୀ ବର୍ତ୍ତମାନ ଜୀବନର ଏକ ଗୁରୁତ୍ୱପୂର୍ଣ୍ଣ ପାହାଚରେ ଅଛନ୍ତି। ଏହା ସେମାନଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ ଏହି ୫ବର୍ଷ ସେମାନଙ୍କ ପାଇଁ ବେଶ ଗୁରୁତ୍ୱପୂର୍ଣ୍ଣ ହୋଇଥିବାରୁ ଉଜ୍ଜଳ ଭବିଷ୍ୟ ଲାଗି ପାଠ ପଢିବା ନିହାତି ଦରକାର। ଜୀବନରେ ସଫଳତା ହାସଲ କରିବାକୁ ହେଲେ ସାମଗ୍ରିକ ବ୍ୟକ୍ତିତ୍ୱର ବିକାଶ କରିବାକୁ ପଡିବ ବୋଲି ୫-ଟି ଅଧ୍ୟକ୍ଷ କହିଛନ୍ତି।

Hot this week

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

Related Articles

Popular Categories