ଡେସ୍କ : ୫-ଟି ସଚିବ ଭି.କେ ପାଣ୍ଡିଆନ ଗୁରୁବାର ଅପରାହ୍ନରେ ବରମୁଣ୍ଡା ଆନ୍ତଃରାଜ୍ୟ ବସ୍ ଟର୍ମିନାଲ ନିର୍ମାଣସ୍ଥଳ ପରିଦର୍ଶନ କରି କାମର ଅଗ୍ରଗତି ସମୀକ୍ଷା କରିଛନ୍ଥି । ସମୀକ୍ଷାରୁ ଜଣାଯାଇଛି, ଯେ ପ୍ରକଳ୍ପର ୮୫ ପ୍ରତିଶତ କାମ ଶେଷ ହୋଇସାରିଛି।
୧୧ ଏକର ପରିମିତ ଅଞ୍ଚଳରେ ୧୮୦ କୋଟି ଟଙ୍କା ବ୍ୟୟରେ ଏହି ଟର୍ମିନାଲ ନିର୍ମାଣ କରାଯାଉଥିବା ବେଳେ ଭବିଷ୍ୟତରେ ସମ୍ପ୍ରସାରଣ ପାଇଁ ଆଉ ୪ ଏକର ଜମି ଅଛି । ଏଥିରେ ଫୁଡକୋର୍ଟ, ଏକ୍ସାଭେଟର, ଏଲିଭେଟର, ବହୁତଳ କାର୍ ପାର୍କିଂ, ଯାତ୍ରୀ ମାନଙ୍କୁ ନେବା ଆଣିବା ପାଇଁ ପିକ୍ ଅପ୍ ଓ ଡ୍ରପ୍ ବ୍ୟବସ୍ଥା ରହିବ। ଏହା ସହିତ ପ୍ରିପେଡ ଅଟୋରିକ୍ସା, ଟାକ୍ସି, ଓଲା, ଉବର ଆଦି ଟାକ୍ସି ଏଗ୍ରିଗେଟର ସୁବିଧା ମଧ୍ୟ ରହିବ। ସମ୍ପୂର୍ଣ୍ଣ ଟର୍ମିନାଲକୁ ସୌରଶକ୍ତି ଦ୍ୱାରା ପରିଚାଳିତ କରାଯିବ। ଏଥିରେ ୱାଇଫାଇ, ବର୍ଜ୍ୟଜଳ ବିଶୋଧନ ବ୍ୟବସ୍ଥା ମଧ୍ୟ କରାଯାଉଛି।



