www.samajalive.in
Saturday, December 6, 2025
26.1 C
Bhubaneswar

ଆଉ ୬ ଆତଙ୍କବାଦୀ ନିହତ, ଜଣେ ଯବାନ ସହିଦ

ଶ୍ରୀନଗର: ସୁରକ୍ଷାକର୍ମୀଙ୍କ ଏନ୍‍କାଉଣ୍ଟରରେ ରବିବାର ସକାଳେ ଆଉ ୬ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଏହାକୁ ମିଶାଇ ଗତ ୬ ଦିନ ମଧ୍ୟରେ ୧୬ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଏନକାଉଣ୍ଟର ବେଳେ ଜଣେ ଯବାନ ମଧ୍ୟ ସହିଦ ହୋଇଛନ୍ତି।
କାଶ୍ମୀରର ଶୋପିଆନ୍‍ ଜିଲା କାପରାନ୍‍ ବାଟାଗୁଣ୍ଡଠାରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ସୁରକ୍ଷାକର୍ମୀମାନେ ତଲାସୀ ଅଭିଯାନ ଆରମ୍ଭ କରିଥିଲେ। ଆତଙ୍କବାଦୀମାନେ ଗୁଳି ଚଳାଇବାରୁ ସୁରକ୍ଷାକର୍ମୀମାନେ ପାଲଟା ଗୁଳି ଚାଳନା କରିିଥିଲେ। ସୁରକ୍ଷାକର୍ମୀଙ୍କ ଗୁଳିରେ ୬ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ସେମାନଙ୍କଠାରୁ ଅସ୍ତ୍ରଶସ୍ତ୍ର ଓ ଗୋଳାବାରୁଦ ଜବତ କରାଯାଇଛି। ସେଠାରେ ଆହୁରି ଜଣେ ଆତଙ୍କବାଦୀ ଲୁଚି ରହିଥିବା ସନ୍ଦେହ କରାଯାଉଛି। ଏହି ଏନ୍‍କାଉଣ୍ଟର ବେଳେ ଜଣେ ସୁରକ୍ଷା କର୍ମୀ ସହିଦ ହୋଇଛନ୍ତି। ସୁରକ୍ଷାକର୍ମୀଙ୍କ ଗୁଳିରେ ଗତ ୨୩ ତାରିଖରେ ୬ ଜଣ ଆତଙ୍କବାଦୀ ନିହତ ହୋଇଥିବା ବେଳେ ଗତ ୨୦ ତାରିଖରେ ୪ ଜଣ ଆତଙ୍କବାଦୀ ନିହତ ହୋଇଥିଲେ। ସେହିପରି ରବିବାର ଘଟଣାକୁ ମିଶାଇ ଦୁଇ ଜଣ ଯବାନ ସହିଦ ହୋଇଛନ୍ତି।

Hot this week

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

Related Articles

Popular Categories