www.samajalive.in
Saturday, December 6, 2025
14.1 C
Bhubaneswar

ନିପାତ ହେଲେ ୫ ଆତଙ୍କବାଦୀ

ସମାଜ ଡିଜିଟାଲ ଡେସ୍କ: ଜାମ୍ମୁ-କାଶ୍ମୀରରେ ସେନାକୁ ବଡ଼ ସଫଳତା ମିଳିଛି। କୁଲଗାମ ଜିଲାରେ ଯବାନ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଘଟିଥିବା ଗୁଳିବିନିମୟରେ ୫ ଆତଙ୍କୀ ନିପାତ ହୋଇଛନ୍ତି। ଏହି ଘଟଣାରେ ୨ ଜଣ ଯବାନ ଆହତ ହୋଇଛନ୍ତି। ସେମାନଙ୍କ ଶରୀରରେ ଗୁଳି ବାଜିଥିବାରୁ ସେମାନଙ୍କୁ ଚିକିତ୍ସା ପାଇଁ ନିକଟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ସୂଚନା ଅନୁସାରେ, କୁଲଗାମ ଜିଲାର ବେହିବାଗ ଥାନା ଅନ୍ତର୍ଗତ କଦ୍ଦେର ଗାଁ ନିକଟ ଜଙ୍ଗଲରେ ଆତଙ୍କବାଦୀ ଲୁଚି ରହିଥିବା ନେଇ ସୂଚନା ମିଳିବା ପରେ ସେନା ପକ୍ଷରୁ ସେହି ଅଞ୍ଚଳରେ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା। ଏହି ସମୟରେ ଆତଙ୍କବାଦୀ ଏବଂ ଯବାନଙ୍କ ମଧ୍ୟରେ ଗୁଳିବିନିମୟ ଘଟିଥିଲା, ଯେଉଁଥିରେ ୫ ଆତଙ୍କୀ ନିପାତ ହୋଇଥିଲେ। ଘଟଣା ପରେ ସେହି ଅଞ୍ଚଳରେ ସର୍ଚ୍ଚ ଅପରେସନକୁ ଅଧିକ ଜୋରଦାର କରାଯାଇଛି। ଘଟଣାସ୍ଥଳରୁ ବହୁ ପରିମାଣର ଅସ୍ତ୍ରଶସ୍ତ୍ର ଏବଂ ଗୋଳାବାରୁଦ ଜବତ ହୋଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories