www.samajalive.in
Thursday, December 11, 2025
18.1 C
Bhubaneswar

ଚଳିତ ଶିକ୍ଷାବର୍ଷରୁ ନବୋଦୟ ବିଦ୍ୟାଳୟରେ ଅଧିକ ୫୦୦୦ ସିଟ୍‍

ନୂଆଦିଲ୍ଲୀ :  ୨୦୧୯-୨୦ ଶିକ୍ଷାବର୍ଷ ପାଇଁ ସାରା ଦେଶରେ ଜବାହର ନବୋଦୟ ବିଦ୍ୟାଳୟରେ ଅଧିକ ୫୦୦୦ ସିଟ୍‍ ବୃଦ୍ଧି କରାଯାଇଛି। କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ ଏହାକୁ ଅନୁମୋଦନ କରିଛି।
କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରୀ ପ୍ରକାଶ ଜାଭଡେକର ଏହି ସୂଚନା ଦେଇ କହିଛନ୍ତି ବର୍ତ୍ତମାନ ନବୋଦୟ ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କପାଇଁ ୪୬ ହଜାର ୬୦୦ ସିଟ ରହିଛି। ଏହି ୫୦୦୦ ସିଟ୍‍ ବୃଦ୍ଧି ପାଇଲେ ମୋଟ ସିଟ୍‍ ସଂଖ୍ୟା ୫୧ ହଜରକୁ ବୃଦ୍ଧି ପାଇବ।
ତେବେ ଗତ ୪ ବର୍ଷ ମଧ୍ୟରେ ଏହି ଆବାସିକ ବିଦ୍ୟାଳୟରେ ମୋଟ୍‍ ୯୦୦୦ ସିଟ୍‍ ବୃଦ୍ଧି କରାଯାଇଥିବା କେନ୍ଦ୍ରମନ୍ତ୍ରୀ ସୂଚନା ଦେଇଛନ୍ତି। ତେବେ ୨୦୧୯-୨୦ ଶିକ୍ଷା ବର୍ଷ ପାଇଁ ମୋଟ ୩୧ ଲକ୍ଷ ଛାତ୍ରଛାତ୍ରୀ ପ୍ରବେଶିକା ପରୀକ୍ଷା ଲାଗି ନାମ ପଞ୍ଜୀକରଣ କରିଥିବା କେନ୍ଦ୍ରମନ୍ତ୍ରୀ ସୂଚନା ଦେଇଛନ୍ତି। ଛାତ୍ରଛାତ୍ରୀଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିବାପାଇଁ କେନ୍ଦ୍ର ସରକାର ଗୁରୁତ୍ୱ ଦେଉଥିବା ମନ୍ତ୍ରୀ କହିଛନ୍ତି। ନବୋଦୟ ହେଉଛି ଦେଶର ଏକମାତ୍ର ଶିକ୍ଷା ବ୍ୟବସ୍ଥା ଯେଉଁଥିରେ ଷଷ୍ଠ ଶ୍ରେଣୀରେ ନାମ ଲେଖାଇବା ପାଇଁ ଛାତ୍ରଛାତ୍ରୀମାନଙ୍କୁ ପ୍ରବେଶିକା ପରୀକ୍ଷା ଦେବାକୁ ପଡିଥାଏ ।

Hot this week

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

ହତ୍ୟାପରେ ପଡୋଶୀଙ୍କ ରକ୍ତ ପିଇଥିଲେ ଏହି ମହିଳା- ୫୦ ବର୍ଷ କାରା ଦଣ୍ଡାଦେଶ

ନ୍ୟୁୟର୍କ- ଆମେରିକାର ଜଣେ ମହିଳା ତାଙ୍କ ପଡୋଶୀଙ୍କୁ ରାଗରେ ହତ୍ୟା କରିଥିଲେ...

୨୦ ବର୍ଷ ପରେ ନୂଆ ଜୀବନ ପାଇଲେ ବିଶ୍ଵଭୂଷଣ

ଭୁବନେଶ୍ୱର: ଯୁବ ଅବସ୍ଥାରେ ଅଣ୍ଟା ଭାଙ୍ଗିପଡ଼ିଥିଲା। ୮୦ ବର୍ଷର ବୃଦ୍ଧ ପରି...

ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ

କଣ୍ଟାବାଞ୍ଜି: ବଲାଙ୍ଗୀର ଜିଲ୍ଲା ତୁରେକେଲା ଥାନା ବଡବାଙ୍କୀ ପଞ୍ଚାୟତ ସାନବାଙ୍କି ଗ୍ରାମରେ...

Related Articles

Popular Categories