www.samajalive.in
Monday, December 8, 2025
27.1 C
Bhubaneswar

ରାଜ୍ୟରେ ଚିହ୍ନଟ ହେଲେ ଆଉ ୫୧୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୧୦ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ସଂଗରୋଧରୁ ୨୯୭ ଓ ସ୍ଥାନୀୟ ସଂକ୍ରମିତ ୨୧୩ ଜଣ ରହିଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ ବୟସର ୭୯ ଜଣ ରହିଛନ୍ତି। ରାଜ୍ୟର ଅନୁଗୁଳ ଜିଲାରେ ୩, ବାଲେଶ୍ୱର ୩୩, ଭଦ୍ରକ ୯, ବଲାଙ୍ଗିର ୧, ବଉଦରୁ ଜଣେ ଚିହ୍ନଟ ହୋଇଛନ୍ତି। କଟକ ଜିଲାରେ ୭୮, ଗଜପତି ୭, ଗଞ୍ଜାମ ୧୨, ଜଗତସିଂହପୁର ୨୨, ଯାଜପୁର ୨୨ ଓ ଝାରସୁଗୁଡାରେ ୮ ଜଣ ଚିହ୍ନଟ ହୋଇଛନ୍ତି। କଳାହାଣ୍ଡିରେ ୧, କନ୍ଧମାଳ ୪, କେନ୍ଦ୍ରାପଡା ୭, କେନ୍ଦୁଝର ୧, ଖୋର୍ଦ୍ଧା ୧୯୭, କୋରାପୁଟ ୩, ମାଲକାନଗିରି ୪, ମୟୁରଭଞ୍ଜରୁ ୧୪ ଚିହ୍ନଟ ହୋଇଛନ୍ତି। ସେହିଭଳି ନୟାଗଡରେ ୧, ପୁରୀ ୧, ରାୟଗଡାରେ ୩, ସମ୍ବଲପୁର ୯, ସୁନ୍ଦରଗଡ ୩, ଷ୍ଟେଟପୁଲରୁ ୪୭ ଚିହ୍ନଟ ହୋଇଛନ୍ତି। ଦିନକରେ ୭୪୬ ସୁସ୍ଥ ହୋଇଛନ୍ତି। ରାଜ୍ୟରେ ସଂପ୍ରତି ୫୪୯୪ ସକ୍ରିୟ କରୋନା ଆକ୍ରାନ୍ତ ରହିଛନ୍ତି।

Hot this week

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

Related Articles

Popular Categories