www.samajalive.in
Tuesday, December 9, 2025
16.1 C
Bhubaneswar

ଫେବୃଆରୀ ୨୯ରେ ଉତ୍କଳ ବିଶ୍ବବିଦ୍ୟାଳୟ ସମାବର୍ତ୍ତନ ଉତ୍ସବ, ମୁଖ୍ୟ ଅତିଥି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର: ୨୦୨୪ ଫେବୃଆରୀ ୨୯ରେ ଉତ୍କଳ ବିଶ୍ୱବିଦ୍ୟାଳୟର ୫୩ତମ ସମାବର୍ତ୍ତନ ଉତ୍ସବ ବିଶ୍ୱବିଦ୍ୟାଳୟର ଦୀକ୍ଷାନ୍ତ ଭବନରେ ଅନୁଷ୍ଠିତ ହେବ। ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଉତ୍କଳ ବିଶ୍ୱବିଦ୍ୟାଳୟର ୫୩ତମ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଦୀକ୍ଷାନ୍ତ ଭାଷଣ ଦେବା ପାଇଁ ସ୍ୱୀକୃତି ପ୍ରଦାନ କରିଛନ୍ତି। ଉଚ୍ଚ ଶିକ୍ଷା ବିଭାଗ ଏବଂ ସମବାୟ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ସମ୍ମାନୀତ ଅତିଥି ଭାବେ ଯୋଗଦେବେ ।

ଉତ୍କଳ ବିଶ୍ୱବିଦ୍ୟାଳୟର କୁଳାଧିପତି ତଥା ରାଜ୍ୟପାଳ ରଘୁବର ଦାସଙ୍କ ଅଧ୍ୟକ୍ଷତାରେ ୫୩ତମ ସମାବର୍ତ୍ତନ ଉତ୍ସବ ଅନୁଷ୍ଠିତ ହେବ ବୋଲି ଉତ୍କଳ ବିଶ୍ୱବିଦ୍ୟାଳୟର ୫୩ତମ ସମାବର୍ତ୍ତନ ଉତ୍ସବ ଉପଲକ୍ଷେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ କୁଳପତି ପ୍ରଫେସର ସବିତା ଆଚାର୍ୟ୍ୟ ପ୍ରକାଶ କରିଛନ୍ତି।

- Advertisement -

କୁଳପତି ପ୍ରଫେସର ସବିତା ଆଚାର୍ଯ୍ୟ କହିଛନ୍ତି ଯେ ଉତ୍କଳ ବିଶ୍ୱବିଦ୍ୟାଳୟର ୫୩ତମ ସମାବର୍ତ୍ତନ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଡ.ପ୍ରମୋଦ କୁମାର ମିଶ୍ର, ଭାରତୀୟ ପାଣିପାଗ ବିଭାଗ ମହାନିର୍ଦେଶକ ଡ.ମୃତ୍ୟୁଞ୍ଜୟ ମହାପାତ୍ର ଏବଂ ହିଣ୍ଡାଲକୋ ଇଣ୍ଡଷ୍ଟ୍ରି ପରିଚାଳନା ନିର୍ଦେଶକ ଶ୍ରୀଯୁକ୍ତ ସତୀଶ ପାଇଙ୍କୁ ସମ୍ମାନସୂଚକ ଡକ୍ଟରେଟ ଡିଗ୍ରୀ ତଥା ଡିଲିଟି ଉପାଧି ପ୍ରଦାନ କରାଯିବ। ସେହିପରି ଏହି ସମାବର୍ତ୍ତନ ଉତ୍ସବରେ ୧୬୬ଜଣଙ୍କୁ ପିଏଚଡି ଡିଗ୍ରୀ ଏବଂ ୯୫ଜଣଙ୍କୁ ସ୍ୱର୍ଣ୍ଣ ପଦକ ପ୍ରଦାନ କରାଯିବ। ଏହାସହିତ ବିଭିନ୍ନ ପ୍ରତିଯୋଗୀତାର କୃତୀ ପ୍ରତିଯୋଗୀଙ୍କୁ ମିଶାଇ ମୋଟ ୧୦୬ଜଣଙ୍କୁ ପୁରସ୍କାର ଓ ଅର୍ଥରାଶୀ ପ୍ରଦାନ କରାଯିବ ।

ଉତ୍କଳ ବିଶ୍ୱବିଦ୍ୟାଳୟର ସିଣ୍ଡିକେଟ ଓ ଏକାଡେମିକ କାଉନସିଲ ସଦସ୍ୟ, ଡିନ, ପ୍ରଫେସର, କର୍ମଚାରୀ ଓ ଛାତ୍ରଛାତ୍ରୀ ଏହି ସମାବର୍ତ୍ତନ ଉତ୍ସବରେ ଯୋଗଦେବାର କାର୍ୟ୍ୟକ୍ରମ ରହିଛି । ଭାରତର ରାଷ୍ଟ୍ରପତିଙ୍କ ବିଧିବ୍ୟବସ୍ଥା ଅନୁସାରେ ଉତ୍କଳ ବିଶ୍ୱବିଦ୍ୟାଳୟର ୫୩ତମ ସମାବର୍ତ୍ତନ ଉତ୍ସବ ଆୟୋଜନ ନେଇ ସମସ୍ତ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ବୋଲି କୁଳପତି ପ୍ରଫେସର ଆଚାର୍ଯ୍ୟ ସୂଚନା ଦେଇଛନ୍ତି।

ବିଶ୍ୱବିଦ୍ୟାଳୟର ସିଣ୍ଡିକେଟ ହଲରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ପିଜି କାଉନସିଲ ଅଧ୍ୟକ୍ଷ ପ୍ରଫେସର ନବନୀତା ରଥ, କୁଳସଚିବ ଡ.କାହ୍ନୁଚରଣ ଧୀର, ଆଇନ ବିଭାଗ ମୁଖ୍ୟ ଡ.ଏସ.କେ.ସାଡୁଆଳ ଏବଂ ଇଂରାଜୀ ବିଭାଗ ସହକରୀ ପ୍ରଫେସର ଡ.ଏସ.ଦୀପିକା ଉପସ୍ଥିତ ଥିଲେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories