www.samajalive.in
Saturday, December 6, 2025
16.1 C
Bhubaneswar

ରାଜ୍ୟରେ ବିଗୁଡୁଛି କରୋନା ସ୍ଥିତି : ଆଜି ରାଜ୍ୟରୁ ୫୬୧ ନୂଆ ପଜିଟିଭ୍ ଚିହ୍ନଟ, ୮୧୦୬ରେ ପହଞ୍ଚିଲା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର : ରାଜ୍ୟରେ କରୋନା ସ୍ଥିତି ଭୟଙ୍କର ହେବାରେ ଲାଗିଛି। ଶୁକ୍ରବାର ରାଜ୍ୟରେ ୫୬୧ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯାହା ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ଚିହ୍ନଟ ହୋଇଥିବା ଦୈନିକ ଆକ୍ରାନ୍ତଙ୍କ ମଧ୍ୟରେ ସର୍ବାଧିକ । ଆଜି ଚିହ୍ନଟ ହୋଇଥିବା ୫୬୧ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୪୨୫ ଜଣ କ୍ବାରେଣ୍ଟାଇନ ସେଣ୍ଟରରୁ ଥିବା ବେଳେ ୧୩୬ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


ଶୁକ୍ରବାର ଚିହ୍ନଟ ହୋଇଥିବା ୫୬୧ଜଣ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲାରୁ ସର୍ବାଧିକ ୨୮୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୮୧ ଜଣ, ରାୟଗଡ଼ାରୁ ୭୬ ଜଣ, ଖୋର୍ଦ୍ଧାରୁ ୨୬ ଜଣ, ବରଗଡ଼ରୁ ୨୧ ଜଣ, ବଲାଙ୍ଗୀରରୁ ୧୯ ଜଣ, ମୟୂରଭଞ୍ଜରୁ ୧୦ ଜଣ, ସମ୍ବଲପୁରରୁ ୮ ଜଣ, ଜଗତସିଂହପୁର ଓ କେନ୍ଦୁଝରରୁ ୬ ଜଣ ଲେଖାଏଁ, କନ୍ଧମାଳ ଓ କଳାହାଣ୍ଡିରୁ ୫ ଜଣ ଲେଖାଏଁ, କୋରାପୁଟରୁ ୪ ଜଣ, ଢ଼େଙ୍କାନାଳ, ଯାଜପୁର ଓ ସୁନ୍ଦରଗଡ଼ରୁ ୩ ଜଣ ଲେଖାଏଁ, ଝାରସୁଗୁଡା ଓ କେନ୍ଦ୍ରାପଡାରୁ ୨ ଜଣ ଲେଖାଏଁ, ଭଦ୍ରକ ଓ ପୁରୀରୁ ଜଣେ ଲୋଖାଏଁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

- Advertisement -


ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ରାଜ୍ୟ​‌ରେ ୨ ଲକ୍ଷ ୮୧ ହଜାର ୫୨୩ ଟି ନମୂନା ପରୀକ୍ଷଣ କରାଯାଇଛି । ସେଥି ମଧ୍ୟରୁ ୮ ହଜାର ୧୦୬ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ପଜିଟିଭଙ୍କ ମଧ୍ୟରୁ ୫ ହଜାର ୫୦୨ ଜଣ ସୁସ୍ଥ ହୋଇଥିବା ବେଳେ ୨୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି ଏବଂ ୮ ଜଣ ଆକ୍ରାନ୍ତଙ୍କ ଅନ୍ୟ ରୋଗ କାରଣରୁ ମୃତ୍ୟୁ ହୋଇଛି। ସେହିପରି ବର୍ତ୍ତମାନ ରାଜ୍ୟରେ ୨୫୬୭ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories