www.samajalive.in
Sunday, December 7, 2025
13.1 C
Bhubaneswar

ଆଉ ୫୭୦ କରୋନା ଆକ୍ରାନ୍ତ ଚିହ୍ନଟ, ରାଜ୍ୟରେ ୧୨ ହଜାର ୫୨୬ରେ ପହଞ୍ଚିଲା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର : ରାଜ୍ୟରୁ ଆଜି ଆଉ ୫୭୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ହଜାର ୫୨୬ରେ ପହଞ୍ଚିଛି। ଶନିବାର ଚିହ୍ନଟ ୫୭୦ ଆକ୍ରାନ୍ତଙ୍କ ମଧ୍ୟରୁ ୩୮୪ କ୍ବାରେଣ୍ଟାଇନ ସେଣ୍ଟରରୁ ରହିଥିବା ବେଳେ ୧୮୬ ଜଣ ସ୍ଥାନୀୟ ଅଞ୍ଚଳରୁ ରହିଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


ଶନିବାର ଚିହ୍ନଟ ହୋଇଥିବା ୫୭୦ ଜଣ ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମ ଜିଲାରୁ ସର୍ବାଧିକ ୨୧୮ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡରୁ ୪୪, କଟକରୁ ୪୬,ନୟାଗଡରୁ ୩୭, ଖୋର୍ଦ୍ଧାରୁ ୩୭, ଝାରସୁଗୁଡାରୁ ୩୧,ଗଜପତିରୁ ୨୫, ଯାଜପୁର ୪୦,ପୁରୀ ୧୫, ଜଗତସିଂପୁର ୧୬, ଅନୁଗୁଳ ୧୧, ବାଲେଶ୍ବର ୩, ଭଦ୍ରକ ୩, ବୋଦ୍ଧ ୩, କେନ୍ଦ୍ରାପଡା ୬, କେନ୍ଦୁଝର ୧୪, କୋରାପୁଟ ୧୧, ମୟୂରଭଞ୍ଜ ୧୦ ଓ  ସମ୍ବଲପୁର ୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

- Advertisement -


ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୩ ଲକ୍ଷ ୨୭ ହଜାର ୨୮୮ ଟି ନମୂନା ପରୀକ୍ଷଣ କରାଯାଇଥିବା ବେଳେ ୧୨ ହଜାର ୫୨୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୭ ହଜାର ୯୭୨ ଜଣ ସୁସ୍ଥ ହୋଇଛନ୍ତି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୬୧ ଜଣଙ୍କ କରୋନାରେ ମୃତ୍ୟୁ ହୋଇଥିବା ବେଳେ ୧୮ ଜଣ କରୋନା ଆକ୍ରାନ୍ତଙ୍କର ଅନ୍ୟରୋଗ କାରଣରୁ ମୃତ୍ୟୁ ହୋଇଛି। ସେହିପରି ରାଜ୍ୟରେ ବର୍ତ୍ତମାନ ୪ ହଜାର ୪୭୫ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories