www.samajalive.in
Monday, December 15, 2025
14.1 C
Bhubaneswar

ରାଜ୍ୟରେ ପୁଣି ଚିହ୍ନଟ ହେଲେ ୫୮୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ପାର୍ବଣ ଋତୁ ଆସିବା ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବୃଦ୍ଧି ପାଇବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୫୮୨ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ସଂଗରୋଧରୁ ୩୩୭ ଓ ସ୍ଥାନୀୟ ସଂକ୍ରମିତ ୨୪୫ ରହିଛନ୍ତି । ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସ ବର୍ଗର ୮୩ ଜଣ ରହିଛନ୍ତି । ରାଜ୍ୟର ବାଲେଶ୍ୱର ଜିଲାରେ ୧୯, ବରଗଡ ୨, ଭଦ୍ରକ ୩, ବଲାଙ୍ଗିର ୩, କଟକ ୪୬ ଓ ଦେବଗଡରୁ ୨ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ଜିଲାରେ ୨, ଗଜପତି ୫, ଗଞ୍ଜାମ ୪, କନ୍ଧମାଳ ୨, କେନ୍ଦ୍ରାପଡା ୧୧, କେନ୍ଦୁଝରରୁ ୫ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୨୮୨, କୋରାପୁଟ ୧, ମୟୁରଭଞ୍ଜ ୨୨, ନବରଙ୍ଗପୁର ୧, ନୟାଗଡରୁ ୫ ଚିହ୍ନଟ ହୋଇଛନ୍ତି । ସେହିଭଳି ପୁରୀରେ ୨୧, ସମ୍ବଲପୁର ୨୧, ସୋନପୁର ୧, ସୁନ୍ଦରଗଡ ୭ ଓ ଷ୍ଟେଟପୁଲରୁ ୬୬ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ଦିନକରେ ୪୨୯ ଜଣ ସୁସ୍ଥ ହୋଇଛନ୍ତି । ଏଥିସହିତ ରାଜ୍ୟରେ ସଂପ୍ରତି ୫୧୧୩ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories